ଓଲଟିଲା ଯାତ୍ରୀବାହୀ ବସ୍‌, ଡ୍ରାଇଭର ଫେରାର

Get real time updates directly on you device, subscribe now.

ସୋର : ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ଅନ୍ତର୍ଗତ ଭଗିଆ ଛକ ନିକଟରେ ୧୬ ନମ୍ବର ଜାତୀୟ ରାଜପଥରେ ଏକ ଯାତ୍ରୀବାହୀ ବସ୍ ଓଲଟି ପଡ଼ିବାରୁ ୨୦ରୁ ଅଧିକ ଆହତ ହୋଇଛନ୍ତି।ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଗୁରୁତରମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ଆଜି ଭୋର ସମୟରେ ଏହି ଦୁର୍ଘଟଣା ଘଟିଛି।
‘ଅଳଙ୍କାର’ ନାମକ ଏହି ବସ୍‌ଟି ବାରିପଦାର ଗୋରୁମହିଷାଣୀରୁ ଭୁବନେଶ୍ୱର ଅଭିମୁଖେ ଯାଉଥିଲା। ବସ୍‌ଟି ଦ୍ରୁତ ଗତିରେ ଯାଉଥିବା ବେଳେ ଭାରସାମ୍ୟ ହରାଇ ଭଗିଆ ଛକ ନିକଟରେ ଓଲଟି ପଡ଼ିଥିଲା ବୋଲି ଜଣାପଡ଼ିଛି। ବସ୍‌ରେ ପ୍ରାୟ ୫୦ ଜଣ ଯାତ୍ରୀ ଥିଲେ।
ଖବର ପାଇ ସିମୁଳିଆ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ସିମୁଳିଆ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ପଠାଇଥିଲା। ତେବେ ଆହତଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ କଟକ ପଠାଯାଇଛି। କିଛି ଆହତଙ୍କୁ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ମଧ୍ୟ ଭର୍ତ୍ତି କରାଯାଇଛି।ପୁଲିସ୍‌ ଘଟଣାର ତଦନ୍ତ କରୁଥିବା ବେଳେ ବସ୍ ଡ୍ରାଇଭର ଫେରାର ଅଛନ୍ତି।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons