ରାଜ୍ୟର ବିଭିନ୍ନ ସ୍ଥାନରେ କୁଆପଥର ସହ ପ୍ରବଳ ବର୍ଷା

Get real time updates directly on you device, subscribe now.

ଭୁବନେଶ୍ବର : ରାଜ୍ୟର ବିଭିନ୍ନ ସ୍ଥାନରେ କୁଆପଥର ସହ ପ୍ରବଳ ବର୍ଷା ହୋଇଛି । ଏହାସହ ଘଡଘଡି ବିଜୁଳି ମଧ୍ୟ ଦେଖିବାକୁ ମିଳିଛି । ଏହି ସମୟରେ କିଛି ସ୍ଥାନରେ ପବନ ବହିଥିଲା । ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।
ତେବେ ରାଜ୍ୟର କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, କଟକ, କେନ୍ଦ୍ରାପଡା, ଗଞ୍ଜାମ, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ ଓ ଜଗତସିଂହପୁର ଆଦି ଜିଲ୍ଲାରେ ବର୍ଷା ହେବ ନେଇ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବରୁ ସୂଚନା ଦିଆଯାଇଛି ।
ସେହିଭଳି ଆସନ୍ତା ୨୨ତାରିଖ ଏବଂ ୨୩ ତାରିଖରେ ରାଜ୍ୟର ବାଲେଶ୍ବର, ଭଦ୍ରକ, ଯାଜପୁର, ଜଗତସିଂହପୁର, କଟକ, କେନ୍ଦ୍ରାପଡା, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, କୋରାପୁଟ, ରାୟଗଡା, କନ୍ଧମାଳ ଓ ମୟୂରଭଞ୍ଜ ଆଦି ଜିଲ୍ଲାର କିଛି ସ୍ଥାନରେ ଘଡଘଡି ସହ ଝଡବର୍ଷା ହେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons