ଟ୍ରକ୍‌-ଆମ୍ବୁଲାନ୍ସ ମୁହାଁମୁହିଁ ଧକ୍କା

Get real time updates directly on you device, subscribe now.

ଯାଜପୁର : ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଅନ୍ତର୍ଗତ ଏନ୍‌ଏଚ୍‌-୧୬ର ଭାଲୁଖାଇ ନିକଟରେ ଏକ ଟ୍ରକ୍‌ ସହ ଆମ୍ବୁଲାନ୍ସର ମୁହାଁମୁହିଁ ଧକ୍କା ହୋଇଛି । ଏଥିରେ ଆମ୍ବୁଲାନ୍ସ ଡ୍ରାଇଭରଙ୍କ ସମେତ ଛଅ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ପ୍ରଥମେ ଧର୍ମଶାଳା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ଦୁଇ ଜଣଙ୍କ ଅବସ୍ଥା ଗୁରତର ଥିବାରୁ ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।ମିଳିଥିବା ସୂଚନା ଅନୁସାରେ, ଆଜି ସକାଳେ ଛଅ ଜଣ ଆମ୍ବୁଲାନ୍ସ ଯୋଗେ ପୁରୀରୁ ଶବଦାହ ସାରି ଭଦ୍ରକ ଫେରୁଥିଲେ। ଏହି ସମୟରେ ବିପରୀତ ଦିଗରୁ ଆସୁଥିବା ଟ୍ରକ୍‌ ସହ ଆମ୍ବୁଲାନ୍ସର ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣାରେ ଟ୍ରକ୍‌ ଡ୍ରାଇଭର ଓ ହେଲପରଙ୍କର କିଛି ହୋଇନାହିଁ। ପୁଲିସ୍‌ ସେମାନଙ୍କୁ ଅଟକ ରଖିଛି ଓ ଟ୍ରକ୍‌କୁ ମଧ୍ୟ ଜବତ କରିଛି।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons