ଭୁବନେଶ୍ୱର,(ବି.ବି.ବୁ୍ୟରୋ): ରାଜ୍ୟରେ ଆଉ ୮୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ସର୍ବାଧିକ ୪୬ ଜଣ ହେଉଛନ୍ତି ଯାଜପୁରର । ଏହା ସହିତ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୦୦ ପାର ହୋଇଯାଇଛି । ଏବେ ଏଠାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୨୫ ରେ ପହଞ୍ଚି ଯାଇଛି । ସେମାନଙ୍କ ମଧ୍ୟରୁ ୬୩ ଜଣ ସୁସ୍ଥ ହୋଇଛନ୍ତି । ବାକି ୧୬୨ ଜଣ ଚିକିତ୍ସାଧୀନ ଅଛନ୍ତି । ସେହିପରି ଏହି ୮୬ ଆକ୍ରାନ୍ତଙ୍କ ମଧ୍ୟରୁ କଟକରୁ ୧୧ ଜଣ ଥିବା ବେଳେ ନୟାଗଡ଼ରୁ ୬, ଗଞ୍ଜାମରୁ ୫, ବାଲେଶ୍ୱରରୁ ୩, ଭଦ୍ରକରୁ ୩, କେନ୍ଦୁଝରରୁ ୩, ଖୋର୍ଦ୍ଧାରୁ ୩, ପୁରୀରୁ ୩, ବଲାଙ୍ଗୀରରୁ ୨ ଓ ସୁନ୍ଦରଗଡ଼ରୁ ଜଣେ ଅଛନ୍ତି । କଟକ ଜିଲ୍ଲାରେ ୧୧ ଜଣ ଚିହ୍ନଟ ହୋଇଥିବା ବେଳେ ମୋଟ ସଂଖ୍ୟା ୫୬ ରେ ପହଞ୍ଚି ଯାଇଛି । ସେମାନଙ୍କ ମଧ୍ୟରୁ ମାତ୍ର ୨ ଜଣ ସୁସ୍ଥ ହୋଇଥିବା ବେଳେ ଜଣଙ୍କର ମୃତୁ୍ୟ ଘଟିଛି । ନୟାଗଡ଼ରେ ଆଉ ୬ ଜଣ ଚିହ୍ନଟ ହୋଇଥିବା ବେଳେ ମୋଟ ସଂଖ୍ୟା ୨୭ରେ ପହଞ୍ଚି ଯାଇଛି । ସେମାନଙ୍କ ମଧ୍ୟରୁ କେବଳ ଜଣେ ସୁସ୍ଥ ହୋଇଛନ୍ତି । ଗଞ୍ଜାମରେ ପୁଣି ୫ ଜଣ ଚିହ୍ନଟ ହୋଇଛନ୍ତି । ଫଳରେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୨୨ ହୋଇଛି । ସେମାନଙ୍କ ମଧ୍ୟରୁ ୧୫୪ ଜଣ ସୁସ୍ଥ ହୋଇସାରିଥିବା ବେଳେ ୧୬୫ ଜଣ ଚିକିତ୍ସାଧୀନ ଅଛନ୍ତି । ଏଠାରେ ୩ଜଣଙ୍କ ମୃତୁୃ୍ୟ ବି ଘଟିଛି । ବାଲେଶ୍ୱରରୁ ଆଉ ୩ଟି ନୂଆ କେସ୍ ଆସିଛି । ଏଠାରେ ଏବେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୫ରେ ପହଞ୍ଚିଥିବା ବେଳେ ୪୨ ଜଣ ସୁସ୍ଥ ହୋଇସାରିଲେଣି । ଭଦ୍ରକରେ ୩ ଜଣ ନୂଆ କରୋନା ରୋଗୀ ଚିହ୍ନଟ ହେବା ପରେ ମୋଟ ସଂଖ୍ୟା ୯୮ ରେ ପହଞ୍ଚିଛି । ସେମାନଙ୍କ ମଧ୍ୟରୁ ୩୦ ଜଣ ସୁସ୍ଥ ହୋଇସାରିଛନ୍ତି । କେନ୍ଦୁଝରରେ ନୂଆ ୩ ଆକ୍ରାନ୍ତଙ୍କ ସହିତ ମୋଟ ସଂଖ୍ୟା ୧୧ରେ ପହଞ୍ଚିଛି । ସେମାନଙ୍କ ମଧ୍ୟରୁ କେବଳ ୨ ଜଣ ସୁସ୍ଥ ହୋଇଛନ୍ତି । ଖୋର୍ଦ୍ଧାରୁ ୩ ଜଣ ଚିହ୍ନଟ ହୋଇଥିବା ବେଳେମୋଟ ସଂଖ୍ୟା ୭୪ ରେ ପହଞ୍ଚôଛି । ସେମାନଙ୍କ ମଧ୍ୟରୁ ୪୮ ଜଣ ସୁସ୍ଥ ହୋଇସାରିଥିବା ବେଳେ ୩ ଜଣଙ୍କ ମୃତୁ୍ୟ ଘଟିଛି । ପୁରୀରେ ନୂଆ ୩ ଆକ୍ରାନ୍ତଙ୍କ ସହ ମୋଟ ସଂଖ୍ୟା ୪୮ ରେ ପହଞ୍ଚି ଯାଇଛି । ସେମାନଙ୍କ ମଧ୍ୟରୁ କେବଳ ୩ ଜଣ ସୁସ୍ତ ହୋଇଛନ୍ତି । ବଲାଙ୍ଗୀରରୁ ୨ ଜଣ ଚିହ୍ନଟ ହୋଇଥିବା ବେଳେ ମୋଟ ସଂଖ୍ୟା ୮ରେ ପହଞ୍ଚି ଯାଇଛି । ସେମାନଙ୍କ ମଧ୍ୟରୁ କେବଳ ୨ ଜଣ ସୁସ୍ଥ ହୋଇଛନ୍ତି । ସୁନ୍ଦରଗଡ଼ରେ ଜଣେ ଚିହ୍ନଟ ହୋଇଥିବା ବେଳେ ମୋଟ ସଂଖ୍ୟା ୨୮ ଛୁଇଁଛି । ଏଠାରେ ୧୫ ଜଣ ସୁସ୍ଥ ହୋଇସାରିଲେଣି ।
Comments are closed, but trackbacks and pingbacks are open.