ନବୀନ କଥା ହେଲେ ମମତାଙ୍କ ସହ

Get real time updates directly on you device, subscribe now.

ଭୁବନେଶ୍ୱର,(ବି.ବି.ବୁ୍ୟରୋ): ବାତ୍ୟା ଅମ୍ଫାନ୍ ପ୍ରଭାବରେ ପଶ୍ଚିମବଙ୍ଗରେ ହୋଇଥିବା କ୍ଷୟକ୍ଷତି ନେଇ ଆଜି ସକାଳେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ ଟେଲିଫୋନ୍ ଯୋଗେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଭଳି ଘଡିସନ୍ଧି ମୁହୂର୍ତ୍ତରେ ପଶ୍ଚିମବଙ୍ଗବାସୀଙ୍କ ସହ ଓଡ଼ିଶା ରହିଛି ବୋଲି ସେ କହିଥିଲେ । ତା’ ସହ ପଶ୍ଚିମବଙ୍ଗରେ ହୋଇଥିବା କ୍ଷୟକ୍ଷତି ନେଇ ମମତାଙ୍କୁ ପଚାରି ବୁଝିଥିଲେ ନବୀନ । ପଶ୍ଚିମବଙ୍ଗକୁ ସମସ୍ତ ପ୍ରକାରର ସହାୟତା ଯୋଗାଇଦେବାକୁ ସେ ପ୍ରତିଶ୍ରୁତି ଦେଇଥିବା ସୂଚନା ମିଳିଛି । ସୂଚନାଯୋଗ୍ୟ, ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅମ୍ଫାନ୍ ପ୍ରଭାବିତ ପଶ୍ଚିମବଙ୍ଗ ଗସ୍ତ କରିଛନ୍ତି । ସେ ସେଠାରେ ଆକାଶମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିବା ପରେ ସମୀକ୍ଷା ବୈଠକ କରିବେ । ଏହାପରେ ସେ ଓଡ଼ିଶା ଗସ୍ତରେଆସିବେ । ଏଠାରେ ମଧ୍ୟ ବାତ୍ୟା ପ୍ରଭାବିତ ଅଞ୍ଚଳକୁ ଆକାଶ ମାର୍ଗରୁ ୁବଳି ଦେଖିବେ ଓ ସମୀକ୍ଷା ବୈଠକ କରି ଦିଲ୍ଲୀ ଫେରିଯିବେ ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons