ଭୁବନେଶ୍ୱର,(ବି.ବି.ବୁ୍ୟରୋ): ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ କ୍ୟାଡିଓଲୋଜି ବିଭାଗକୁ ଅଧିକ କ୍ରିୟାଶୀଳ କରାଯିବ । ଏନେଇ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ବସିଛି । କ୍ୟାଡିଓଲୋଜି ବିଭାଗରେ ଦିନକୁ ଦିନ ରୋଗୀ ସଂଖ୍ୟା ବୃଦ୍ଧି ପାଉଥିବାରୁ ଭେଣ୍ଟିଲେଟର , କ୍ୟାଥଲାବ୍, ଇକୋ ମେସିନ୍ ବ୍ୟବସ୍ଥା କରିବାକୁ ବୈଠକରେ ନିଷ୍ପତ୍ତି ହୋଇଛି । ସେହିପରି କ୍ୟାପିଟାଲ ହସ୍ପିଟାଲରେ ପ୍ରସୂତିଙ୍କ ସଂଖ୍ୟା ବଢ଼ୁଥିବାରୁ ସମସ୍ତଙ୍କୁ ସ୍ୱାସ୍ଥ୍ୟସେବା ଯୋଗାଇବା ଉଦେ୍ଧଶ୍ୟରେ ୨୦୦ ଶଯ୍ୟା ବିଶିଷ୍ଟ ମାତୃ ଓ ଶିଶୁ ହସ୍ପିଟାଲ ପ୍ରତିÂା ଉପରେ ଗୁରୁତ୍ୱ ଦିଆଯାଇଛି । ଏଥିସହ ଦୁର୍ଘଯଣାଗ୍ରସ୍ତଙ୍କ ଜରୁରୀକାଳୀନ ଚିକିତ୍ସା ପାଇଁ ଟ୍ରମା କେୟାର ସେଣ୍ଟର ପ୍ରତିÂା ଦିଗରେ ମଧ୍ୟ ଗୁରୁତ୍ୱ ଦିଆଯାଉଥିବା ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି ।
Comments are closed, but trackbacks and pingbacks are open.