କାମାକ୍ଷାନଗର,(ବି.ବି.ନୁ୍ୟଜ୍): ଢେ଼ଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ଅନ୍ତର୍ଗତ ଲୋଧଣୀରେ ଗାଁ ପାଖରେ ଥିବା ଏକ ଢ଼ାବାରେ ଜଣେ ଯୁବକଙ୍କୁ ଛୁରା ମାଡ଼ ହୋଇଛି । ଗୁରୁତର ଅବସ୍ଥାରେ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି । ତାଙ୍କ ନାଁ ସୁଶାନ୍ତ ବେହେରା । ତାଙ୍କ ଘର ଲୋଧଣୀ ଗାଁରେ ବୋଲି ଜଣାପଡିଛି । ଗତକାଲି ସୁଶାନ୍ତ ଖାଇବା ପାର୍ସଲ ନେବାକୁ ଢ଼ାବାକୁ ଆସିଥିଲେ । ଏହି ସମୟରେ ସେଠାରେ ଉପସ୍ଥିତ କନ୍ଦରସିଂହା ଗାଁର କିଛି ଯୁବକଙ୍କ ସହ କୌଣସି କଥାକୁ ନେଇ ତାଙ୍କର ଝଗଡ଼ା ହୋଇଥିଲା । ପରେ ଜଣେ ଯୁବକ ସୁଶାନ୍ତଙ୍କୁ ଏକ ଛୁରୀରେ ଆକ୍ରମଣ କରିଥିଲେ । ସୁଶାନ୍ତଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ପରଜଙ୍ଗ ଗୋÂୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ପରେ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ସୁଶାନ୍ତଙ୍କ ମୁହଁ ଏବଂ ମୁଣ୍ଡରେ ଗଭୀର ଆଘାତ ଲାଗିଛି ।


Comments are closed, but trackbacks and pingbacks are open.