ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରରେ ପଶିଲା କରୋନା

Get real time updates directly on you device, subscribe now.

ବାଲେଶ୍ୱର,(ବି.ବି.ନୁ୍ୟଜ୍): ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରର ଦୁଇ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଉଭୟଙ୍କୁ କୋଲକାତା ସ୍ଥିତ ସ୍ୱତନ୍ତ୍ର କୋଭିଡ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଆକ୍ରାନ୍ତ ଚିହ୍ନଟ ପରେ କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରରେ ଆଜି (ସୋମବାର) ଦିନକ ପାଇଁ ୱାର୍କ ଫର୍ମ ହୋମ୍ କରିବାକୁ ନିଦେ୍ର୍ଧଶ ଦିଆଯାଇଛି । କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରର ନିଦେ୍ର୍ଧଶକ ଏହି ନିଦେ୍ର୍ଧଶ ଦେଇଛନ୍ତି । ଆଜି (ସୋମବାର) କରୋନାରେ ବାଲେଶ୍ୱର ଜିଲ୍ଲାରେ ୧୯୦ ଜଣ ଆକ୍ରାନ୍ତ ହୋଇଛନ୍ତି । ସେମାନଙ୍କ ଭିତରୁ ଜଣଙ୍କର ମୃତୁ୍ୟ ଘଟିଥିବା ବେଳେ ୧୪୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ୪୫ ଜଣ ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଏହାଛଡ଼ା ଅନେକ କ୍ୱାରେଣ୍ଟାଇନ୍ରେ ଅଛନ୍ତି ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons