ଚିହ୍ନଟ ହେଲେ ୧୭୫ ଆକ୍ରାନ୍ତ, ଗଜପତିରେ ସବୁଠୁ ଅଧିକ

Get real time updates directly on you device, subscribe now.

ଭୁବନେଶ୍ୱର,(ବି.ବି.ନୁ୍ୟଜ୍): ରାଜ୍ୟରେ ୧୫ ଜିଲ୍ଲାରୁ ଆଉ ୧୭୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍ କେନ୍ଦ୍ରରୁ ୧୪୫ ଓ ୩୦ ଟି ଲୋକାଲ୍ କେସ୍ ଥିବା ଜଣାଯାଇଛି । ନୂଆ ଚିହ୍ନଟ ହୋଇଥିବା ୧୭୫ ଆକ୍ରାନ୍ତଙ୍କ ମଧ୍ୟରୁ ଗଜପତିରେ ସର୍ବାଧିକ ୫୭ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାବ୍ୟତୀତ ଖୋର୍ଦ୍ଧାରୁ ୨୫, ପୁରୀରୁ ୧୮, ବରଗଡ଼ରୁ ୧୧, କନ୍ଧମାଳରୁ ୭, ଜଗତସିଂହପୁରରୁ ୭, ବାଲେଶ୍ୱରରୁ ୬ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ସୁନ୍ଦରଗଡ଼ରୁ ଓ ମୟୂରଭଞ୍ଜରୁ ୫ ଜଣ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ନୂଆପଡ଼ାରୁ ୪ , କଟକ ଓ ବଲାଙ୍ଗିରରୁ ୩ ଜଣ ଲେଖାଏଁ, ଝାରସୁଗୁଡ଼ାରୁ , କେନ୍ଦ୍ରାପଡ଼ା ଓ ଗଞ୍ଜାମରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାବ୍ୟତୀତ କୋଲକାତାରୁ ଫେରିଥିବା ଅମ୍ଫାନ ଉଦ୍ଧାରକାରୀ ଦଳର ୨୧ ଜଣଙ୍କର ସ୍ୱାବ ପରୀକ୍ଷାରୁ ପଜିଟିଭ ଥିବା ଜଣାପଡିଛି । ଏହା ସହିତ ରାଜ୍ୟରେ କରେନା ଆକ୍ରାନ୍ତଙ୍କ ସଂଖ୍ୟା ୪୩୩୮ ରେ ପହଞ୍ଚିଛି ।ସେମାନଙ୍କ ମଧ୍ୟରୁ ୨୯୭୪ ଜଣ ସୁସ୍ଥ ହୋଇ ସାରିଛନ୍ତି ଓ ୧୩୫୦ ଜଣ ଚିକିତ୍ସାଧୀନ ଅଛନ୍ତି ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons