ଜଙ୍ଗଲକୁ ଯାଇଥିଲେ: ଦଳିଦେଲା ହାତୀ

Get real time updates directly on you device, subscribe now.

ଅନୁଗୁଳ,(ବି.ବି.ନୁ୍ୟଜ୍): ଅନୁଗୋଳ ବନଖଣ୍ଡର ବନ୍ତଳା ବନାଞ୍ଚଳ ବାରଗୌଣିଆ ଗାଁରେ ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତୁ୍ୟ ଘଟିଛି । ତାଙ୍କ ନାଁ ସୁଦାମ ପ୍ରଧାନ । ଆସି ସକାଳେ ସୁଦାମ ତାଙ୍କ ଗାଁ ନିକଟସ୍ଥ ଜଙ୍ଗଲକୁ ଡାଳପତ୍ର ସଂଗ୍ରହ ପାଇଁ ଯାଇଥିଲେ । ଏହି ସମୟରେ ସେ ଏକ ହାତୀ ହାବୁଡ଼ରେ ପଡି ଯାଇଥିଲେ । ହାତୀ ତାଙ୍କୁ କଚାଡ଼ି ଦେବା ସହ ଦଳି ଦେଇଥିଲା । ଖବର ପାଇଁ ବନ ବିଭାଗ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି । ସୁଦାମଙ୍କ ପରିବାରକୁ କ୍ଷତିପୂରଣ ଦେବାକୁ ତାଙ୍କ ସମ୍ପର୍କୀୟମାନେ ଦାବି କରିଛନ୍ତି ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons