ଗଞ୍ଜାମରେ ୪ ମେଡିକାଲ କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ

Get real time updates directly on you device, subscribe now.

ଗଞ୍ଜାମ: ରାଜ୍ୟରେ ହୁହୁ ହୋଇ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଛି । ଶୁକ୍ରବାର ଆଉ ୧୬୫ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪୬୭୭କୁ ବୃଦ୍ଧି ପାଇଛି । ତେବେ କେବଳ ଗଞ୍ଜାମ ଜିଲ୍ଲାରୁ ୪୧ ସଂକ୍ରମିତ ଟିହ୍ନଟ ହାଇଛନ୍ତି ।ଏହି ସଂକ୍ରମିତଙ୍କ ମଧ୍ୟରେ ସ୍ୱାସ୍ଥ୍ୟକର୍ମୀଙ୍କ ସମେତ ଜଣେ ଚା’ ଦୋକାନୀଙ୍କ ପରିବାର ସଦସ୍ୟ ମଧ୍ୟ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
ଗଞ୍ଜାମ ଜିଲ୍ଲାରେ ପଜିଟିଭ ସଂଖ୍ୟା ବୃଦ୍ଧି ହେଉଥିବା ବେଳେ ବିଭିନ୍ନ ଅଞ୍ଚଳରେ ନୂଆ ନୂଆ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଶୁକ୍ରବାର ପୁଣି ଜିଲ୍ଲାର ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଡ୍ରାଇଭର, ଫାର୍ମାସିଷ୍ଟ ଏବଂ ଆଟେଣ୍ଡେଣ୍ଟଙ୍କ କୋଭିଡ-୧୯ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏପରିକି ଏହି ଅଞ୍ଚଳର ଜଣେ ଚାହା ଦୋକାନୀଙ୍କ ପରିବାର ମଧ୍ୟ ସଂକ୍ରମିତ ହୋଇଥିବା ସୂଚନା ମିଳିଛି । ସେମାନଙ୍କୁ ଶୁକ୍ରବାର ସକାଳେ ଶିତଳପଲ୍ଲୀ କୋଭିଡ କେୟାର ହସ୍ପିଟାଲକୁ ନିଆଯାଇଥିବା ଜଣାପଡିଛି । କେବଳ ସ୍ୱାସ୍ଥ୍ୟକେନ୍ଦ୍ରରୁ ୪ ଜଣ ପଜିଟିଭ ବାହାରିବା ବେଳେ ଚା ଦୋକାନୀଙ୍କ ପରିବାରର ମଧ୍ୟ ୪ ଜଣ ସଦସ୍ୟ ସଂକ୍ରମିତ ହୋଇଛନ୍ତି ।
ଚିହ୍ନଟ ହୋଇଥିବା ୧୬୫ ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୮ଜଣ, ଯାଜପୁରରୁ ୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ଜଣ, ନୟାଗଡ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୭ଜଣ, କଟକ ଜିଲ୍ଲାରୁ ୨୦ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଝାରସୁଗୁଡା ଜିଲ୍ଲାରୁ ୨ଜଣ, ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୨୧ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୪୧ଜଣ, ଗଜପତି ଜିଲ୍ଲାରୁ ୨୮ଜଣ, ସୁନ୍ଦରଗଡ ଜିଲ୍ଲାରୁ ୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ, କୋରାପୁଟ ଜିଲ୍ଲାରୁ ଜଣ ରହିଛନ୍ତି । ଏହାସହ ୧୧ ଜଣ ଅଗ୍ନିଶମ ବିଭାଗର କର୍ମଚାରୀ ସଂକ୍ରମିତ ହୋଇଛନ୍ତି । ଏମାନେ ଅମ୍ଫାନ୍ ପୁନଃରୁଦ୍ଧାର କାମ ସାରି ପଶ୍ଚିମବଙ୍ଗରୁ ଫେରିଥିଲେ ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons