ସ୍ୱର୍ଗତ ମୁଖାର୍ଜୀ ବିଜେପି ବିଚାରଧାରାର ପ୍ରଣେତା

Get real time updates directly on you device, subscribe now.

ଭୁବନେଶ୍ୱର,(ବି.ବି.ବୁ୍ୟରୋ): ସ୍ୱର୍ଗତ ଡ. ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ୬୭ତମ ପୂଣ୍ୟତିଥି ସତ୍ସଙ୍ଗ ବିହାର ପାର୍କରେ ପାଳିତ ହୋଇଯାଇଛି । ଏହି ଅବସରରେ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ସମେତ ବିଜେପି ନେତୃବୃନ୍ଦ ସତ୍ସଙ୍ଗ ବିହାର ଶ୍ୟାମାପ୍ରସାଦ ମୁଖାର୍ଜୀ ପାର୍କରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ତାଙ୍କ ସ୍ମୃତି ଚାରଣ କରିବା ସହ ତାଙ୍କ ବଳିଦାନ ବ୍ୟର୍ଥ ଯିବନି ବୋଲି କହିଛନ୍ତି ।
ସ୍ୱର୍ଗତ ମୁଖାର୍ଜୀ ହେଉଛନ୍ତିି ବିଜେପି ବିଚାରଧାରା ଏବଂ ରାଜନୈତିକ ଆନେ୍ଦାଳନର ପ୍ରଣେତା । ସ୍ୱର୍ଗତ ମୁଖାର୍ଜୀଙ୍କ ନେତୃତ୍ୱରେ ‘ଭାରତୀୟ ଜନସଂଘ’ ପ୍ରତିÂା ହୋଇଥିଲା ଯାହା ପରବର୍ତ୍ତୀ ଅବସ୍ଥାରେ ବିଜେପି ଭଳି ବଡ଼ ବଟ ବୃକ୍ଷ ଭାବେ ରୂପ ନେଇଛି । ତାଙ୍କ ବିଚାରଧାରାକୁ ନେଇ ଆଜି ବିଜେପି ଦେଶବାସୀଙ୍କ ସେବା କରୁଛି । ସ୍ୱର୍ଗତ ମୁଖାର୍ଜୀ ଦୂରଦ୍ରଷ୍ଟା ଥିଲେ । ଦେଶର ବିକାଶ, ଅର୍ଥନୀତିର ବିକାଶ, ସମାଜିକ ନୀତି ଏବଂ ଦେଶର ରାଷ୍ଟ୍ରୀୟ ସୁରକ୍ଷା ନୀତି କିଭଳି ହେବ ସେନେଇ ସେ ସର୍ବଦା କାର୍ଯ୍ୟ କରୁଥିଲେ । ତାଙ୍କ ବଳିଦାନ କେବେ ବି ବ୍ୟର୍ଥ ଯିବନି ବୋଲି ରାଜ୍ୟ ସଭାପତି ଶ୍ରୀ ମହାନ୍ତି କହିଛନ୍ତି ।
ଏହି ଅବସରରେ ରାଜ୍ୟ ସାଧାରଣ ସଂପାଦକ ସଙ୍ଗଠନ ମାନସ ମହାନ୍ତି, ସାଧାରଣ ସଂପାଦକ ଗୋଲକ ମହାପାତ୍ର, ମୁଖପାତ୍ର ସୁଦୀପ୍ତ ରାୟ, ଦିଲୀପ ମହାନ୍ତି, ଭୁବନେଶ୍ୱର ଜିଲ୍ଲା ସଭାପତି ବାବୁ ସିଂ, ଜଗନ୍ନାଥ ପ୍ରଧାନଙ୍କ ସମେତ ଦଳୀୟ କାର୍ଯ୍ୟକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons