ସ୍ୱଦେଶୀ ଉର୍ଜ୍ଜା ସମାଧାନର ଲାବୋରେଟୋରି ହେବ

Get real time updates directly on you device, subscribe now.

ଭୁବନେଶ୍ୱର,(ବି.ବି.ବୁ୍ୟରୋ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ନୂଆଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ହରିୟାଣା ମୁଖ୍ୟମନ୍ତ୍ରୀ ମୋନହର ଲାଲ୍ ଖଟ୍ଟରଙ୍କ ସହ ଫରିଦାବାଦ ଠାରେ ଇଣ୍ଡିଆନ ଅଏଲ ଟେକ୍ନୋଲୋଜି ଡେଭଲପମେଣ୍ଟ ଏବଂ ଡିପ୍ଲୋଏମେଟ୍ ସେଣ୍ଟରର ଦ୍ୱିତୀୟ ଆର୍ ଏବଂ ଡି କ୍ୟାମ୍ପସର ଶିଳାନ୍ୟାସ କରିଛନ୍ତି । ଉଦ୍ଘାଟିତ ହୋଇଥିବା ଦ୍ୱିତୀୟ ଆର୍ ଏବଂ ଡି ସେଣ୍ଟର ଆଗାମୀ ଦିନରେ ସ୍ୱଚ୍ଛ, ବିକଳ୍ପ ଓ ସ୍ୱଦେଶୀ ଉର୍ଜ୍ଜା ସମାଧାନର ମାର୍ଗ ଖୋଜିବାର ଲାବରୋଟୋରି ହେବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି ।
ଇଣ୍ଡିଆନ ଅଏଲର ଆର୍ ଏବଂ ଡି ସେଣ୍ଟର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆତ୍ମନିର୍ଭର ଭାରତରେ ଯୋଗଦାନ ଦେଉଅଛି । ଆର୍ ଏବଂ ଡି ସେଣ୍ଟର ଆତ୍ମନିର୍ଭର ଭାରତର ଚାବିକାଠି । ଉର୍ଜା କ୍ଷେତ୍ରରେ ଭାରତକୁ ଆତ୍ମନିର୍ଭରଶୀଳ କରିବା ଦିଗରେ ଏହା ବଡ଼ ପଦକ୍ଷେପ ବୋଲି ସେ କହିଛନ୍ତି ।
ସେ କହିଛନ୍ତି, କୃଷି ବର୍ଜ୍ୟ ବସ୍ତୁରୁ ବିକଳ୍ପ ଇନ୍ଧନ ପ୍ରସ୍ତୁତ କରିବାରେ ହରିୟାଣା ବଡ଼ ଭୂମିକା ନେବ । ମୁଖ୍ୟମନ୍ତ୍ରୀ ଶ୍ରୀ ମନୋହର ଲାଲ ଖଟ୍ଟରଙ୍କ ନେତୃତ୍ୱରେ ସାମାଜିକ-ଅର୍ଥନୈତିକ ଏବଂ ବିକାଶ ମ୍ୟାପରେ ହରିୟାଣା ଅତୁଳନୀୟ ପ୍ରଦର୍ଶନ କରିଛି । ରାଜ୍ୟରେ ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସର କାର୍ଯ୍ୟ ପ୍ରକ୍ରିୟାକୁ ପ୍ରୋତ୍ସାହନ ଦେଉଥିବାରୁ ଏବଂ ହରିୟାଣା ଭଳି ରାଜ୍ୟ କିରୋସିନି ମୁକ୍ତ ହୋଇଥିବାରୁ ଶ୍ରୀ ପ୍ରଧାନ ହରିୟାଣା ସରକାରଙ୍କୁ ଧନ୍ୟବାଦ ଦେଇଥିଲେ ।
ହରିୟାଣାକୁ ଦେଶର ଗବେଷଣା ଏବଂ ବିକାଶର ପେଣ୍ଠସ୍ଥଳି ଭାବେ ନେତୃତ୍ୱ ନେବା ପାଇଁ ଆମେ ପ୍ରତିଶ୍ରୁତିବଦ୍ଧ ବୋଲି ଶ୍ରୀ ପ୍ରଧାନ କହିଛନ୍ତି । ବୈଶ୍ୱିକ ମହାମାରୀ କରୋନା ଭଳି ସଂକଟ ସମୟରେ ଭାରତ ୧୫୦ଟି ଦେଶକୁ ହାଇଡ୍ରୋକ୍ଲୋରୋକୁଇନ ଔଷଧ ପଠାଇ ବଡ଼ ଭୂମିକା ଗ୍ରହଣ କରିଛି । ଦେଶରେ ପେଟ୍ରୋକେମିକାଲ୍ର ଆବଶ୍ୟକତା ବୃଦ୍ଧି ପାଉଛି ଏବଂ ପେଟ୍ରୋଲିୟମ ଉତ୍ପାଦ କ୍ଷେତ୍ରରେ ଆମଦାନୀ ହ୍ରାସ କରିବାକୁ ଯୋଜନା କରାଯାଉଛି ।
ଏହି ଅବସରରେ ଶ୍ରୀ ପ୍ରଧାନ ଭାରତକୁ ପେଟ୍ରୋକେମିକାଲ୍ ପେଣ୍ଠସ୍ଥଳିରେ ପରିଣତ କରିବା ପାଇଁ ଶିଳ୍ପସଂସ୍ଥାଗୁଡ଼ିକୁ ଆହ୍ୱାନ କରିଛନ୍ତି । ଏହାସହ ଶ୍ରୀ ପ୍ରଧାନ ବର୍ଜ୍ୟରୁ ଉର୍ଜ୍ଜା ପ୍ରସ୍ତୁତ ପାଇଁ ଗୋÂୀ ଆଧାରିତ ମଡେଲ୍ ଉପରେ ଅଧିକ ଗୁରୁତ୍ୱ ଦେବାକୁ ଇଣ୍ଡିଆନ ଅଏଲକୁ ଆହ୍ୱାନ କରିଥିଲେ ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons