ଭୁବନେଶ୍ୱର, (ବି.ବି.ବୁ୍ୟରୋ): ରାଜ୍ୟରେ ଲଘୁଚାପ ଜନିତ ବର୍ଷାରେ କିଛି ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ତେଣୁ ବନ୍ୟା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିଦେ୍ର୍ଧଶରେ ୬ ଜଣ ଆଇଏଏସ୍ ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଛି । ମୁଖ୍ୟ ଶାସନ ସଚିବ ଟ୍ୱିଟ୍ କରି ଏ ସଂପର୍କରେ ସୂଚନା ଦେଇଛନ୍ତି । ମୁଖ୍ୟ ଶାସନ ସଚିବଙ୍କ ସୂଚନା ଅନୁସାରେ ହେମନ୍ତ ଶର୍ମାଙ୍କୁ କେନ୍ଦ୍ରାପଡ଼ା ଓ ଡି.କେ. ସିଂହଙ୍କୁ କଟକ ଜିଲ୍ଲା ଦାୟିତ୍ୱ ଦିଆଯାଇଛି । ସେହିପରି ବିଶାଲ ଦେବଙ୍କୁ ବାଲେଶ୍ୱର, ବିଷ୍ଣୁପଦ ସେଠୀଙ୍କୁ ଭଦ୍ରକ , ଭି.ଭି. ଯାଦବଙ୍କୁ ଯାଜପୁର ଓ ସତ୍ୟବ୍ରତ ସାହୁଙ୍କୁ ଜଗତସିଂହପୁର ଜିଲ୍ଲା ଦାୟିତ୍ୱ ଦିଆଯାଇଛି ।
Comments are closed, but trackbacks and pingbacks are open.