ଜାତୀୟ କ୍ରୀଡ଼ା ଦିବସ

Get real time updates directly on you device, subscribe now.

ନବରଙ୍ଗପୁର,(ବି.ବି.ନୁ୍ୟଜ୍): ଜିଲ୍ଲା ପ୍ରଶାସନ ପକ୍ଷରୁ ଶନିବାର ଏଠାରେ ଜାତୀୟ କ୍ରୀଡା ଦିବସ ପାଳିତ ହୋଇଯାଇଛି । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଏହାର ଆୟୋଜନ କରାଯାଇଥିଲା । ଏହି ଅବସରରେ ଜିଲ୍ଲା ପାଇଁ ଗୌରବ ଆଣିଥିବା ମହିଳା ଫୁଟବଲ ଖେଳାଳି ବନ୍ୟା କବିରାଜଙ୍କୁ ସମ୍ବର୍ଦ୍ଧିତ କରାଯାଇଛି ।
ମଜିଲ୍ଲାପାଳ ଡ. ଅଜିତ କୁମାର ମିଶ୍ର କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଯୋଗ ଦେଇଥିଲେ । ଧ୍ୟାନଚାନ୍ଦଙ୍କ ଫୋଟ ଚିତ୍ରରେ ଜିଲ୍ଲାପାଳ ଶ୍ରୀ ମିଶ୍ର ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ୨୦୧୯-୨୦ ରେ ଭାରତୀୟ ମହିଳା ଫୁଟବଲ ଦଳରେ ଉଲ୍ଲେଖନୀୟ ଖେଳ ପ୍ରଦର୍ଶନ କରି ବ୍ରୋଞ୍ଜ ପଦକ ହାସଲ କରିଥିବା ବନ୍ୟା କବିରାଜଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା । କାର୍ଯ୍ୟକ୍ରମକୁ ଜିଲ୍ଲା କ୍ରୀଡା ଅଧିକାରୀ ମହେନ୍ଦ୍ର କୁମାର ସାହୁ ପରିଚାଳନା କରିଥିଲେ । ସମ୍ମାନିତ ଅତିଥିଭାବେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଳଧର ନିଆଲ ଉପସ୍ଥିତ ଥିଲେ ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons