ଭୁବନେଶ୍ୱର,(ବି.ବି.ବୁ୍ୟରୋ): ରାଜ୍ୟ ସରକାରଙ୍କ ଗଣମାଧ୍ୟମ ଉପଦେଷ୍ଟା ମାନସ ମଙ୍ଗରାଜ କରୋନା ସଂକ୍ରମିତ ହୋଇଛନ୍ତି । ଏ ନେଇ ସେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ସେହିପରି ପଟ୍ଟାଙ୍ଗୀ ବିଧାୟକ ପ୍ରୀତମ ପାଢ଼ୀ ମଧ୍ୟ କରୋନା ସଂକ୍ରମିତ ହୋଇଛନ୍ତି ।
ଶ୍ରୀ ମଙ୍ଗରାଜ ଓ ବିଧାୟକ ଶ୍ରୀ ପାଢ଼ୀଙ୍କ ସହ ଫୋନ୍ରେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଉଭୟଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସମ୍ପର୍କରେ ପଚାରି ବୁଝିବା ସହ ସେମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।
ମଙ୍ଗଳବାର ବିଧାୟକ ସୁଶାନ୍ତ ରାଉତ, ବିକ୍ରମ ପଣ୍ଡା ଓ ବିଧାୟିକା ସୁନନ୍ଦା ଦାସ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ । ସେମାନଙ୍କ ସହ ମଧ୍ୟ ମୁଖ୍ୟମନ୍ତ୍ରୀ ଫୋନ୍ ଯୋଗେ କଥା ହୋଇ ସ୍ୱାସ୍ଥ୍ୟ ଅବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି ।
ବର୍ତ୍ତମାନ ସୁଦ୍ଧା ରାଜ୍ୟର ୧୨ଜଣ ବିଧାୟକ, ୨ଜଣ ମନ୍ତ୍ରୀ, ୨ଜଣ ସାଂସଦ ଓ ଜଣେ କେନ୍ଦ୍ରମନ୍ତ୍ରୀ କରୋନା ଆକ୍ରାନ୍ତ ହେଲେଣି ।
Comments are closed, but trackbacks and pingbacks are open.