ସାପ କାମୁଡ଼ାରେ ଦୁଇ ଭଉଣୀଙ୍କ ମୃତ୍ୟୁ

Get real time updates directly on you device, subscribe now.

ସୁବର୍ଣ୍ଣପୁର : ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ୍ ପଞ୍ଚମହଲା ଗାଁରେ ସାପ କାମୁଡ଼ି ଦେବାରୁ ଦୁଇ ଭଉଣୀଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଲେ ବାଳଗୋପାଳ ଜଗଦଲାଙ୍କ ଦୁଇ ଝିଅ ନିକିତା (୧୨) ଓ ଅର୍ଚ୍ଚିତା (୧୩)। ଗତକାଲି ରାତିରେ ଦୁଇ ଭଉଣୀ ଶୋଇଥିବା ବେଳେ ସେମାନଙ୍କୁ ସାପ କାମୁଡ଼ି ଦେଇଥିଲା। ଗୁରୁତର ଅବସ୍ଥାରେ ସେମାନଙ୍କୁ ସୋନପୁର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ତେବେ ଡାକ୍ତର ସେମାନଙ୍କୁ ସେଠାରେ ମୃତ ଘୋଷଣା କରିଥିଲେ। ଏହି ଘଟଣା ପରେ ସାରା ଗାଁରେ ଶୋକରଛାୟା ଖେଳିଯାଇଛି।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons