‘ପରୀ’ ମୃତ୍ୟୁ ମାମଲାର ଏସଆଇଟି ତଦନ୍ତ କରିବ: ମୁଖ୍ୟମନ୍ତ୍ରୀ

Get real time updates directly on you device, subscribe now.

ଭୁବନେଶ୍ବର : ‘ପରୀ’ ମୃତ୍ୟୁ ମାମଲାର ଏସଆଇଟି ତଦନ୍ତ କରିବ । ଏସଆଇଟି ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏନେଇ ବିଧାନସଭାରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଗୃହ କାର୍ୟ୍ୟରେ ସହଯୋଗ କରିବା ପାଇଁ ବିରୋଧୀଙ୍କୁ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି ।
ଅନ୍ୟପଟେ ପରୀ ମୃତ୍ୟୁ ମାମଲାରେ ବିରୋଧୀ ହଟ୍ଟଗୋଳ କରିଥିଲେ । ଗୃହରେ କଂଗ୍ରେସ ଓ ବିଜେପି ସଦସ୍ୟ ନାରାବାଜି କରିଥିଲେ । ଫଳରେ ଅପରାହ୍ନ ୩ଟା ଯାଏଁ ବାଚସ୍ପତି ଗୃହକୁ ମୁଲତବୀ କରିଛନ୍ତି ।
‘ପରୀ’ ମୃତ୍ୟୁ ମାମଲାର କ୍ରାଇମବ୍ରାଞ୍ଚ ତଦନ୍ତ କରିବ ବୋଲି ଗତ ୨୫ ତାରିଖରେ ବିଧାନସଭାରେ ବିବୃତି ରଖିଥିଲେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର । ଗୃହରେ ମନ୍ତ୍ରୀ କହିଥିଲେ ୪ ଜଣଙ୍କର ପଲିଗ୍ରାଫ ଟେଷ୍ଟ ସରିଛି । ୩୪ ସନ୍ଦିଗ୍ଧ ଏବଂ ଗ୍ରାମବାସୀଙ୍କୁ ପଚରାଉଚରା କରାଯାଇଛି । ଏଯାଏଁ ‘ପରୀ’ର ମୃତ୍ୟୁର ସଠିକ୍ କାରଣ ଜଣାପଡିନାହିଁ ।
ସୂଚନାଯୋଗ୍ୟ ଗତ ଜୁଲାଇ ୧୪ ତାରିଖ ଦିନ ଘର ଆଗରେ ଖେଳୁଥିବା ସମୟରେ ନିଖୋଜ ହୋଇଯାଇଥିଲା ପରୀ । ପରିବାର ଲୋକେ ବହୁ ଖୋଜାଖୋଜି କରି ଝିଅକୁ ନପାଇ ସଦର ଥାନାରେ ଅଭିଯୋଗ କରିଥିଲେ । ପେଲିସ ଟିମ୍ ଗଠନ କରି ତଦନ୍ତ କରିବା ସହ ଡଗ୍ ସ୍କ୍ବାର୍ଡ ଆଣି ଖୋଳତାଡ କରିଥିଲା । ୨୩ ତାରିଖ ଅପରାହ୍ନରେ ବାଡି ପଟ ଗାଡିଆ କୂଳରେ ବସ୍ତାରେ ବନ୍ଧା ଅବସ୍ଥାରେ ଝିଅର ଖଣ୍ଡ ବିଖଣ୍ଡିତ ଗଳିତ ମୃତଦେହ ମିଳିଥିଲା । ଘଟଣାକୁ ୪ ମାସ ବିତିଯାଇଥିଲେ ମଧ୍ୟ ଏଯାଏଁ ଅଭିଯୁକ୍ତଙ୍କୁ ଗିରଫ କରିପାରିନି ପୋଲିସ ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons