କରୋନା ଯୋଦ୍ଧାଙ୍କୁ ମାଗଣାରେ ଟିକା: ସ୍ୱାସ୍ଥ୍ୟ ମନ୍ତ୍ରୀ

Get real time updates directly on you device, subscribe now.

ଭୁବନେଶ୍ବର: କରୋନା ଯୋଦ୍ଧାଙ୍କୁ ମାଗଣାରେ ମିଳିବ ଟିକା। ଓଡ଼ିଶାରେ ପ୍ରଥମେ ୩ଟି ଶ୍ରେଣୀଭୁକ୍ତ କରୋନା ଯୋଦ୍ଧାଙ୍କୁ ମାଗଣା ଟିକା ମିଳିବ। ଏହି ଶ୍ରେଣୀରେ ପ୍ରଥମେ ଡାକ୍ତର, ସ୍ୱାସ୍ଥ୍ୟ କର୍ମୀମାନେ ରହିଛନ୍ତି। ଏହାପରେ ପୌର, ସ୍ୱାସ୍ଥ୍ୟ ଓ ପାନୀୟ ଜଳ ଯୋଗାଣ କର୍ମଚାରୀମାନଙ୍କ ପାଇଁ ମାଗଣା ଟିକା ବ୍ୟବସ୍ଥା କରାଯାଇଛି।
ଏହି ଦୁଇ ଶ୍ରେଣୀର ଲୋକଙ୍କୁ ବାଦ୍ ଦେଇ ବୟସ୍କ ବ୍ୟକ୍ତିମାନଙ୍କୁ ମଧ୍ୟ ମାଗଣାରେ ଟିକା ଦିଆଯିବ। କେନ୍ଦ୍ର ସରକାରଙ୍କ ମାର୍ଗଦର୍ଶିକା ମୁତାବକ, ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ଏ ସଂପର୍କରେ ସୂଚନା ଦେଇଛନ୍ତି। ଜାନୁୟାରୀ ମାସ ଭିତରେ ଟିକାକରଣ ଆରମ୍ଭ ହେବ ବୋଲି ସ୍ୱାସ୍ଥ୍ୟ ମନ୍ତ୍ରୀ କହିଛନ୍ତି।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons