ଭୁବନେଶ୍ୱର : ଆଇଏଏସ୍ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ଆର୍.ଭିନିଲ କ୍ରିଷ୍ଣାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଭାବେ ନିଯୁକ୍ତି ଦିଆଯାଇଛି। ଏହା ସହିତ ସେ କ୍ରୀଡ଼ା ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ଅତିରିକ୍ତ ଦାୟିତ୍ୱରେ ବି ରହିବେ।
ପୁରୀ ଜିଲ୍ଲାପାଳ ବଲୱନ୍ତ ସିଂହଙ୍କୁ ବଦଳି କରାଯାଇଛି। ତାଙ୍କୁ ଓଏମ୍ସିର ଏମ୍ଡି ଭାବେ ଅବସ୍ଥାପିତ କରାଯାଇଛି। କେନ୍ଦ୍ରାପଡ଼ା ଜିଲ୍ଲାପାଳ ସମର୍ଥ ବର୍ମାଙ୍କୁ ପୁରୀ ଜିଲ୍ଲାପାଳ ଭାବେ ନିଯୁକ୍ତି ମିଳିଛି। ସେହିଭଳି ରାୟଗଡ଼ା ପିଡି ଡିଆରଡିଏ ଥିବା ଅମ୍ରିତ ଋତୁରାଜଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲାପାଳ ଭାବେ ଅବସ୍ଥାପିତ କରାଯାଇଛି। ମହମ୍ମଦ ସାଦିକ ଆଲାମଙ୍କୁ ଶିଳ୍ପ ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଥିବା ବେଳେ ପାରୁଲ ପଟୱାରୀଙ୍କୁ ପୂର୍ତ୍ତ ବିଭାଗ ଉପ ସଚିବ କରାଯାଇଛି। ବିଶାଲ ସିଂହଙ୍କୁ ଯାଜପୁରର ପିଡି ଡିଆରଡିଏ କରାଯାଇଛି।
ଜଗତସିଂହପୁର ଜିଲ୍ଲାପାଳ ସରୋଜ କୁମାର ମିଶ୍ରଙ୍କୁ ରାୟଗ଼ଡା ଜିଲ୍ଲାପାଳ ଭାବେ ନିଯୁକ୍ତ କରାଯାଇଛି। ରାୟଗଡା ଜିଲ୍ଲାପାଳ ଥିବା ପ୍ରମୋଦ କୁମାର ବେହେରା ରାଜସ୍ୱ ବିଭାଗର ଅତିରିକ୍ତ ସଚିବ ହୋଇଛନ୍ତି।
Comments are closed, but trackbacks and pingbacks are open.