ରାଜ୍ୟରେ ପରୀକ୍ଷା ନେଇ ଚିନ୍ତା କରିବୁ: ଗଣଶିକ୍ଷାମନ୍ତ୍ରୀ

Get real time updates directly on you device, subscribe now.

ଭୁବନେଶ୍ବର : ସିବିଏସଇ ଦଶମ ପରୀକ୍ଷା ବାତିଲ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ବର୍ତ୍ତମାନ ରାଜ୍ୟରେ ପରୀକ୍ଷା ହେବ କି ନାହିଁ ସେନେଇ ଚିନ୍ତା କରିବୁ ବୋଲି ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି । ଅନୁଧ୍ୟାନ କଲା ପରେ ଯାହା ନିଷ୍ପତ୍ତି ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି ।
ସୂଚନାଯୋଗ୍ୟ ଯେ, କେନ୍ଦ୍ର ସରକାର ସିବିଏସଇ ବୋର୍ଡ ପରୀକ୍ଷା ବାତିଲ୍ କରିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା ବୈଠକ ପରେ ଏଭଳି ନିଷ୍ପତ୍ତି ନିଆଯାଇଛି । ଏ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ ଟ୍ବିଟ୍ କରି ସୂଚନା ଦେଇଛନ୍ତି । ଛାତ୍ରଛାତ୍ରୀଙ୍କ କେଉଁ ଆଧାରରେ ମାର୍କ ଦିଆଯିବ ସେ ନିଷ୍ପତ୍ତ ସିବିଏସଇ ବୋର୍ଡ ନିଷ୍ପତ୍ତି ନେବ । ମାର୍କରେ ସନ୍ତୁଷ୍ଟ ନହେଲେ ଛାତ୍ରଛାତ୍ରୀ ପୁଣି ଥରେ ପରୀକ୍ଷା ଦେଇପାରିବେ । ସେପଟେ ବର୍ତ୍ତମାନ ପାଇଁ ସିବିଏସଇ ଯୁକ୍ତ ୨ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି । ଜୁନ୍ ୧ରେ ବୈଠକ ବସିବା ପରେ ପରୀକ୍ଷା ନେଇ ନିଷ୍ପତ୍ତି ନିଆଯିବ । ବଢୁଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନେଇଛନ୍ତି ପ୍ରଧାନମନ୍ତ୍ରୀ ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons