ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର

Get real time updates directly on you device, subscribe now.

ଭୁବନେଶ୍ୱର,(ବି.ବି.ବୁ୍ୟରୋ): ରାଜ୍ୟରେ ଗାଁ ଏବଂ ୱାର୍ଡସ୍ତରରେ କୋଭିଡ୍-୧୯ ମୁକାବିଲା ପାଇଁ ସମସ୍ତ ରାଜନୈତିକ ଦଳର ନେତାମାନଙ୍କୁ ନେଇ “କୋଭିଡ୍ କ୍ରାଇସିସ୍ ମ୍ୟାନେଜ୍ମେଣ୍ଟ କମିଟି’ ଗଠନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଓଡ଼ିଶାରେ କୋଭିଡ୍-୧୯ର ଠିକ୍ ମୁକାବିଲା କରିବା ପାଇଁ ଭାରତ ସରକାରଙ୍କ ଦ୍ୱାରା ନିଆଯାଉଥିବା ବିଭିନ୍ନ ପଦକ୍ଷେପଗୁଡ଼ିକ ବିଷୟରେ ଆଜି ନବୀନଙ୍କ ସହ ଆଲୋଚନା କରିବା ପରେ ଶ୍ରୀ ପ୍ରଧାନ ଏହା ଟ୍ୱିଟ୍ କରି ସୂଚନା ଦେଇଛନ୍ତି ।
ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ଯେ ଆଗାମୀ ୧୫ ଦିନ ଆମ ସମସ୍ତଙ୍କ ପାଇଁ ଚ୍ୟାଲେଞ୍ଜିଂ ସମୟ ରହିବ । ତେଣୁ ତୃଣମୂଳସ୍ତରରେ କୋଭିଡ୍-୧୯ର ମୁକାବିଲାରେ ସମାଜର ପ୍ରତିÂିତ ବ୍ୟକ୍ତି, ସ୍ୱେଚ୍ଛାସେବୀ ତଥା ସମସ୍ତ ରାଜନୈତିକ ଦଳର ନେତାମାନଙ୍କୁ ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କଲି । ଏହାସହ କୋଭିଡ୍-୧୯ ମୁକାବିଲା ତଥା ସଠିକ୍ ପରିଚାଳନା ପାଇଁ ରାଜ୍ୟର ସବୁ ଗାଁ ଏବଂ ୱାର୍ଡସ୍ତରରେ ସମସ୍ତ ରାଜନୈତିକ ଦଳର ନେତୃତ୍ୱମାନଙ୍କୁ ନେଇ ଏକ “କୋଭିଡ୍ କ୍ରାଇସିସ୍ ମ୍ୟାନେଜମେଣ୍ଟ କମିଟି’ ଗଠନ କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଥିବା ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ।
ଓଡ଼ିଶାରେ କିପରି ଟିକା ଉପଲବ୍ଧ ହୋଇପାରିବ ସେନେଇ ମୁଖ୍ୟମନ୍ତ୍ରୀ ମୋତେ ଅବଗତ କରାଇଲେ । ରାଜ୍ୟକୁ କିପରି ଟିକା, ରେମଡେସିଭର ଔଷଧ, ରାପିଡ୍ ଆଣ୍ଟିଜେନ୍ ଟେଷ୍ଟ କିଟ୍ ଅଧିକରୁ ଅଧିକ ଯୋଗାଯାଇ ପାରିବ ସେନେଇ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡ. ହର୍ଷବର୍ଦ୍ଧନ ଏବଂ କେନ୍ଦ୍ରମନ୍ତ୍ରୀ ମନସୁଖ ମାଣ୍ଡବୀୟଙ୍କ ସହ କଥା ହୋଇଥିବା ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଲି । ବର୍ତ୍ତମାନ କୋଭିଡ୍ ମହାମାରୀର ସଂକଟ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାରତ ସରକାର ରାଜ୍ୟ ସରକାରଙ୍କୁ ଯଥା ସମ୍ଭବ ସହଯୋଗ କରିବା ପାଇଁ ପଦକ୍ଷେପ ନେଉଛନ୍ତି । ମିଳିତ ସହଯୋଗ ଏବଂ ସମନ୍ୱୟ ବଳରେ ଓଡ଼ିଶା ଏବଂ ଭାରତ ଏହି ମହାମାରୀ ବିରୁଦ୍ଧ ଲଢେ଼ଇରେ ବିଜୟୀ ହୋଇପାରିବ । ଆମେ ଏକାଠି ହୋଇ ଜିତିପାରିବା ବୋଲି ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ।
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କିଛିଦିନ ତଳେ ଓଡ଼ିଶାରେ ପରିଚାଳିତ କେନ୍ଦ୍ରୀୟ ରଷ୍ଟ୍ରାୟତ ଉଦ୍ୟୋଗ (ପିଏସୟୁ)ଗୁଡ଼ିକର ମୁଖ୍ୟ, ରାଜ୍ୟ ସରକାରଙ୍କ ଅଧିକାରୀ, ସ୍ୱାସ୍ଥ୍ୟ ସଂଗଠନ, ବ୍ୟାଙ୍କିଂ ଏବଂ ରେଳ କ୍ଷେତ୍ରର ପ୍ରମୁଖ ଅଧିକାରୀଙ୍କ ସହ କଥା ହୋଇ ରାଜ୍ୟରେ ଟେଷ୍ଟିଂ, ଭେଣ୍ଟିଲେଟର, ଟିକାକରଣ ଓ ଅrିଜେନ ବ୍ୟବସ୍ଥା ବଢ଼ାଇବା ସହ ସ୍ୱାସ୍ଥ୍ୟ ଭିତ୍ତିଭୂମି ଉପରେ ଗୁରୁତ୍ୱ ଦେବାକୁ କହିଥିଲେ ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons