ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

Get real time updates directly on you device, subscribe now.

ଭୁବନେଶ୍ବର : ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି । ଭୁବନେଶ୍ବର ସ୍ଥିତ ଖଣ୍ଡଗିରି ଥାନାର କିଛି ଦୂରରୁ ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବତକର ପରିଚୟ ମିଳିନଥିବା ବେଳେ ତାଙ୍କ ବୟସ ପାଖାପାଖି ୨୮ ବର୍ଷ ବୋଲି ଜଣାପଡିଛି । ସ୍ଥାନୀୟ ଲୋକେ ମୃତଦେହ ଦେଖି ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଖଣ୍ଡଗିରି ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି । ତେବେ ୪ରୁ ୫ ଦିନ ତଳୁ ମୃତଦେହ ଏଠାରେ ପକାଯାଇଥିବା ସନ୍ଦେହ କରାଯାଉଛି । ମୃତଦେହଟି ପଚି ଗନ୍ଧ ହେଉଛି । କେହି ଦୁର୍ବୃତ୍ତ ଯୁବକଙ୍କୁ ହତ୍ୟା କରି ଏଠାରେ ମୃତଦେହ ଆଣି ପକାଇଦେଇଥିବା ସନ୍ଦେହ କରାଯାଉଛି ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons