ଭାରସାମ୍ୟ ହରାଇ ଟ୍ରକ୍‌କୁ ପଛରୁ ପିଟିଲା ଯାତ୍ରୀବାହୀ ବସ୍, ୧୦ ଆହତ

Get real time updates directly on you device, subscribe now.

ଭଦ୍ରକ: ଟ୍ରକକୁ ପିଟିଲା ଯାତ୍ରୀବାହୀ ବସ । ଫଳରେ ଏହି ଦୁର୍ଘଟଣାରେ ୧୦ ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି । ୧୬ ନମ୍ବର ଜାତୀୟ ରାଜପଥର କହରାପୋଖରୀ ଛକ ନିକଟରେ ଘଟିଛି ଏହି ଦୁର୍ଘଟଣା । ସୂଚନାଥାଉକି, ୧୬ ନମ୍ବର ଜାତୀୟ ରାଜପଥର ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନା ଅଧିନ କହରାପୋଖରୀ ଛକ ନିକଟରେ ନିନୀ ନାମକ ଏକ ଯାତ୍ରୀବାହୀ ବସ ଭୁବନେଶ୍ୱରରୁ ବାଲେଶ୍ୱର ଯିବାବେଳେ ଘଟିଛି ଦୁର୍ଘଟଣା । ବସଟି ଭାରସାମ୍ୟ ହରାଇ ଟ୍ରକକୁ ଧକ୍କା ଦେଇଛି । ବସର ୧୦ରୁ ଅଧିକ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons