ମୁଖ୍ୟମନ୍ତ୍ରୀଙ୍କୁ ନବୀନ ନିବାସରେ ଭେଟିଲେ ରାଉରକେଲା ଓ କଟକର ଶତାଧିକ ହକିପ୍ରେମୀ

Get real time updates directly on you device, subscribe now.

ଭୁବନେଶ୍ୱର : ରାଉରକେଲା ବିର୍ସାମୁଣ୍ଡା ହକି ଷ୍ଟାଡିୟମରେ ହକି ବିଶ୍ବକପ ଆୟୋଜନ କରାଯାଇଥିବାରୁ ରାଉରକେଲାର ହକିପ୍ରେମୀ ଏବଂ ଯୁବଗୋଷ୍ଠୀ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଧନ୍ୟବାଦ ଜଣାଇଛନ୍ତି। ରାଉରକେଲାରେ ବିଶ୍ବକପର ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ଏହି ଅବସରରେ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି। ରାଉରକେଲା ବିର୍ସାମୁଣ୍ଡା ହକି ଷ୍ଟାଡିୟମରେରେ ଖେଳାଯିବ ବିଶ୍ବକପ୍‌ର ଉଦ୍‌ଘାଟନୀ ମ୍ୟାଚ। ତେଣୁ ପୁରା ସୁନ୍ଦରଗଡ ଜିଲ୍ଲାରେ ବିପୁଳ ଉତ୍ସାହ ଦେଖାଦେଇଛି। ଏଥିସହ କଟକରେ ହକି ବିଶ୍ବକପ୍‌ର ଉଦ୍‌ଘାଟନୀ ସମାରୋହ ଆୟୋଜିତ ହେଉଛି। ଐତିହ୍ୟ ସହର କଟକକୁ ବିଶ୍ବକପ୍‌ ହକି ଆୟୋଜନରେ ସିଧାସଳଖ ଯୋଡ଼ିଥିବାରୁ କଟକର କ୍ରୀଡ଼ାପ୍ରେମୀମାନେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଧନ୍ୟବାଦ ଜଣାଇଛନ୍ତି। ବିଶ୍ବକପ୍‌ ଆୟୋଜନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇବା ପାଇଁ ଆଜି ଶହ ଶହ ଯୁବକ ସାଇକେଲ ଯୋଗେ ଭୁବନେଶ୍ବର ଆସି ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons