ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ଵବିଦ୍ୟାଳୟରେ ୭୫ତମ ସମ୍ବିଧାନ ଦିବସ ପାଳିତ

Get real time updates directly on you device, subscribe now.

{ ମୟୂରଭଞ୍ଜରୁ ସ୍ଵତନ୍ତ୍ର ପ୍ରତିନିଧି ମନୋଜ କୁମାର ବେହେରାଙ୍କ ରିପୋର୍ଟ } : ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ଵବିଦ୍ୟାଳୟରେ ୭୫ତମ ସମ୍ବିଧାନ ଦିବସ ପାଳିତ ହୋଇ ଯାଇଛି । ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀଙ୍କ ମାର୍ଗଦର୍ଶନରେ ରାଜନୀତି ବିଜ୍ଞାନ ବିଭାଗ ଦ୍ୱାରା ଆୟୋଜିତ ଏକ କାର୍ଯ୍ୟକ୍ରମରେ ସ୍ନାତକୋତ୍ତର ପରିଷଦର ଭାରପ୍ରାପ୍ତ ଅଧ୍ୟକ୍ଷ ପ୍ରଫେସର ସୁକାନ୍ତ କୁମାର ନାୟକ ଅଧ୍ୟକ୍ଷତା କରି ସମିଧାନ ଦିବସର ଏ ବର୍ଷର ବିଷୟ “ଆମ ସମ୍ବିଧାନ ଆମ ସ୍ୱାଭିମାନ”ର ଆଭିମୁଖ୍ୟ ଉପରେ ଆଲୋଚନା କରିଥିଲେ । ମୁଖ୍ୟ ବକ୍ତା ରୂପେ ଉଦଳା ମହାବିଦ୍ୟାଳୟର ଅବସରପ୍ରାପ୍ତ ପ୍ରାଧ୍ୟାପକ ଡ. ମହେଶ୍ୱର ମହାପାତ୍ର ଯୋଗଦେଇ ନିଜ ବକ୍ତବ୍ୟରେ ସମ୍ବିଧାନ ପ୍ରଦତ୍ତ ମୌଳିକ ମୌଳିକ ଅଧିକାର ଓ କର୍ତ୍ତବ୍ୟ, ଗଣତନ୍ତ୍ରରେ ସମସ୍ତଙ୍କ ସମାନ ଭାଗିଦାରୀ ସମ୍ବନ୍ଧରେ ଆଲୋଚନା କରିଥିଲେ । ଏହି ଅବସରରେ ବିଶ୍ୱବିଦ୍ୟାଳୟର ସାଂସ୍କୃତିକ କାର୍ଯ୍ୟକ୍ରମର ସଂଯୋଜିକା ଡ. ପ୍ରିୟଦର୍ଶିନୀ ସଂଘମିତ୍ରା ସାହୁ ବିଶ୍ଵବିଦ୍ୟାଳୟର ସମସ୍ତ ଅଧ୍ୟାପକ ଅଧ୍ୟାପିକା କର୍ମଚାରୀ ଓ ଛାତ୍ରଛାତ୍ରୀଙ୍କୁ ସମ୍ବିଧାନର ଶପଥ ପାଠ କରାଇଥିଲେ । ରାଜନୀତି ବିଜ୍ଞାନ ବିଭାଗର ସଂଯୋଜିକା ଡ. ମୋନାଲି ଗୋସ୍ୱାମୀ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ରାଜନୀତି ବିଜ୍ଞାନ ବିଭାଗର ଅଧ୍ୟାପକ ଡ. ଭଗବାନ ପୃଷ୍ଟି ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଅଧ୍ୟାପକ ଡ. ରାଜେନ୍ଦ୍ର କୁମାର ଦାସ ଧନ୍ୟବାଦ ଅର୍ପଣ କରିଥିଲେ । ଅଧାପିକା ସ୍ନିଗ୍‌ଧା ଶତପଥି ମଞ୍ଚ ପରିଚାଳନା କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଶ୍ଵବିଦ୍ୟାଳୟର ଅଧ୍ୟାପକ ଅଧ୍ୟାପିକା ଓ ଛାତ୍ରଛାତ୍ରୀ ଯୋଗ ଦେଇଥିଲେ ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons