ମେଷ: କୃଷ୍ଣପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଚଳନ ହେତୁ ବହୁ ଚେଷ୍ଟା କରି ସଫଳ ହେବେ । ସାଂସାରିକ ଦୂରଯାତ୍ରା କରିପାରନ୍ତି । ମହିଳାମାନେ ଉତ୍ସାହିତ ରହିବେ । ଚାକିରିରେ ପ୍ରଶଂସା ପାଇବେ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍ ।
ବୃଷ: ତୃତୀୟରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ଉଚ୍ଚ ସମ୍ମାନ ପାଇବେ । ସାଂସାରିକ ଦକ୍ଷ ପ୍ରତିପାଦିତ ହେବେ । ରାଜନୀତିରେ ନେତୃତ୍ୱ ବୃଦ୍ଧି ପାଇବ । ପରିବହନ ଓ ବାଣିଜ୍ୟରେ ଆୟ ବୃଦ୍ଧି ଓ ସଞ୍ଚୟ ହେବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
ମିଥୁନ: କୃଷ୍ଣପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ ଅର୍ଥ ଚିନ୍ତା ରହିବ । ସାଂସାରିକ ଭୁଲ୍ ବୁଝାମଣା ରହିବ । ରାଜନୀତିରେ ବିରୋଧୀ ବୃଦ୍ଧି ପାଇବେ । ପରିବହନ ଓ ବାଣିଜ୍ୟରେ ମନ୍ଥରତା ରହିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ନୀଳ ।
କର୍କଟ: ଚନ୍ଦ୍ରଙ୍କ ସ୍ୱ-ପାରଗମନ ହେତୁ ଦିନଟି ଚଳଚଞ୍ଚଳ ରହିବେ । ଉଭୟେ ପ୍ରେମ ଓ ସାଂସାରିକ ସୁଖମୟ ରହିବ । ମହିଳାମାନେ ଭ୍ରମଣ ପ୍ରିୟ ହେବେ । ପରିବହନ ଓ ବାଣିଜ୍ୟରେ ପ୍ରସାର ହେବ । ଶୁଭଅଙ୍କ-୩, ଶୁଭ ରଙ୍ଗ-ଗୋଲ୍ଡେନ୍ ।
ସିଂହ:କୃଷ୍ଣପକ୍ଷ ବ୍ୟୟ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ ଅଟକିଥିବା କାର୍ଯ୍ୟ କିଛିଟା ହେବ । ସାଂସାରିକ ସୁଖୀ ରହିବେ । ମହିଳାମାନେ ପରିଶ୍ରମୀ ହେବେ । ପରିବହନ ଓ ବାଣିଜ୍ୟରେ ସ୍ୱଳ୍ପ ଲାଭ ମିଳିବ । ଶୁଭଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
କନ୍ୟା: ଏକାଦଶରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ବହୁ ଦିନର କାର୍ଯ୍ୟ ସମାପନ ହେବ । ସାଂସାରିକ ସୁଖଶାନ୍ତି ପ୍ରାପ୍ତି ହେବ । ରାଜନୀତିରେ ପ୍ରସିଦ୍ଧି ବଢ଼ିବ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍ ।
ତୁଳା: ଦଶମରେ ଚନ୍ଦ୍ରଙ୍କ ଚଳନ ହେତୁ କାର୍ଯ୍ୟ ସିଦ୍ଧି ସହ ମାନ ସମ୍ମାନ ବୃଦ୍ଧି ହେବ । ସାଂସାରିକ ଉନ୍ନତି କରିବେ । ପ୍ରଶାସନିକ ଓ ରାଜନୀତିରେ ସୁନାମ ପାଇବେ । ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ନୀଳ ।
ବିଛା:କୃଷ୍ଣପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ଅସହଯୋଗ ରହିବ । ସାଂସାରିକ ଅବହେଳା ରହିବ । ମହିଳାମାନେ ଅସ୍ଥିରମନା ରହିବେ । ବାଣିଜ୍ୟରେ ମାନ୍ଦା ରହିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍ ।
ଧନୁ: ଅଷ୍ଟମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ଶତ୍ରୁ ବୃଦ୍ଧି ହେବେ । ସାଂସାରିକ ଅପଯଶ ପାଇବେ । ଚାକିରିରେ ଅଭିଯୋଗ ଆସିବ । ବାଣିଜ୍ୟରେ ସମସ୍ୟା ରହିବ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଳା ।
ମକର: ସପ୍ତମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ଅର୍ଥ ସମ୍ମାନ ପାଇବେ । ସାଂସାରିକ ସହଯୋଗ ମିଳିବ । ପ୍ରଶାସନିକ ମାନମର୍ଯ୍ୟାଦା ବୃଦ୍ଧି ହେବ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
କୁମ୍ଭ: ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ ପରିଶ୍ରମର ଫଳ ମିଳିବ । ସାଂସାରିକ ଆର୍ଥିକ ସ୍ୱଚ୍ଛଳତା ରହିବ । ରାଜନୀତିରେ ପ୍ରଭାବଶାଳୀ ରହିବେ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-କଳା ।ମୀନ: କୃଷ୍ଣପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ସମସ୍ୟା ରହିବ । ସାଂସାରିକ ଭୁଲ୍ ବୁଝାମଣା ରହିବ । ପରିବହନ ଓ ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲ୍ଡେନ୍ ।
Comments are closed, but trackbacks and pingbacks are open.