ଆଜିର ରାଶିଫଳ

Get real time updates directly on you device, subscribe now.

ମେଷ: ଶୁକ୍ଳପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ ଶୃଙ୍ଖଳିତ ଧାରାରେ କର୍ମ କରି ସଫଳ ହେବେ । ସାଂସାରିକ ସୁଖୀ ରହିବେ । ମହିଳାମାନେ ସମ୍ମାନ ପାଇବେ । ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ । ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲ୍ଡେନ୍ ।
ବୃଷ: ଶୁକ୍ଳପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ଅସହଯୋଗ ରହିବ । ସାଂସାରିକ ପଡ଼ୋଶୀଙ୍କ ସହ ମନାନ୍ତର ହୋଇପାରେ । ରାଜନୀତିରେ ଲୋକ ସମ୍ପର୍କ ହ୍ରାସ ପାଇବ । ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
ମିଥୁନ: ପରାକ୍ରମ ସ୍ଥାନରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କୌଣସି ବଡ଼ ଧରଣର କାର୍ଯ୍ୟରେ ସଫଳତା ମିଳିବ । ସାଂସାରିକ ସୁଖ ସମ୍ମାନ ପାଇବେ । ଚାକିରିରେ ପଦୋନ୍ନତି ହୋଇପାରେ । କଳା, ବିଜ୍ଞାନ ଓ ବାଣିଜ୍ୟରେ ଶୁଭଫଳ ମିଳିବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍ଭର ।
କର୍କଟ: ଶୁକ୍ଳପକ୍ଷ ଦ୍ୱିତୀୟରେ ଘାତଚନ୍ଦ୍ର କାରଣରୁ କେତେକ ବିଷୟକୁ ନେଇ ବିଚଳିତ ରହିବେ । ସାଂସାରିକ ଅଶାନ୍ତି ରହିବ । ରାଜନୀତିରେ ଜଟୀଳ ପରିସ୍ଥିତି ରହିବ । ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକ ରହିବ । ଶୁଭଅଙ୍କ-୯, ଶୁଭ ରଙ୍ଗ-ମେରୁନ୍ ।
ସିଂହ:ଚନ୍ଦ୍ରଙ୍କ ସ୍ୱ-ପାରଗମନ ହେତୁ କର୍ମକ୍ଷେତ୍ର ଉତ୍ସାହଜନକ ରହିବ । ସାଂସାରିକ ସହଯୋଗ ପାଇବେ । ରାଜନୀତିରେ ସୁନାମ ପାଇବେ । ଚାକିରିରେ ପ୍ରଶଂସିତ ହେବେ । ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ । ଶୁଭଅଙ୍କ-୩, ଶୁଭ ରଙ୍ଗ-ଗୋଲ୍ଡେନ୍ ।
କନ୍ୟା: ଶୁକ୍ଳପକ୍ଷ ବ୍ୟୟ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ସମସ୍ୟା ରହିବ । ସାଂସାରିକ ଭୁଲ୍ ବୁଝାମଣା ରହିବ । ଚାକିରିରେ କାର୍ଯ୍ୟଭାର ରହିବ । ପରିବହନ ଓ ବାଣିଜ୍ୟରେ ସମସ୍ୟା ରହିବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍ ।
ତୁଳା: ଏକାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ ଅଟକି ରହିଥିବା କାର୍ଯ୍ୟ ସମାପନ ହେବ । ସାଂସାରିକ ସୁଖ ସମୃଦ୍ଧି ପ୍ରାପ୍ତି ହେବ । ମହିଳାମାନେ ଆଦର ସମ୍ମାନ ପାଇବେ । ପରବହନ ଓ ବାଣିଜ୍ୟରେ ଉନ୍ନତି କିବେ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ନୀଳ ।
ବିଛା:ଦଶମରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ବିଭିନ୍ନ ଉପାୟରେ ଉପାର୍ଜନ କରିବେ । ଉଭୟେ ପ୍ରେମ ଓ ସାଂସାରିକ ମଧୁର ସମ୍ପର୍କ ରହିବ । ପରିବହନ ଓ ବାଣିଜ୍ୟରେ ଆଶାନୁରୂପ ଫଳ ପାଇବେ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ଲାଲ୍ ।
ଧନୁ: ଶୁକ୍ଳପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ ଯେ କୌଣସି ଉପାୟରେ କାର୍ଯ୍ୟ ହାସଲ କରିବେ । ସାଂସାରିକ ସଂସ୍କାର ବୃଦ୍ଧି ପାଇବ । ମହିଳାମାନେ ଅନୁଶାସନ ଭିତରେ ସମୟ କାଟିବେ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍ ।
ମକର: ଅଷ୍ଟମ ଭାବରେ ଘାତଚନ୍ଦ୍ର କାରଣରୁ ବିଷମ ପରିସ୍ଥିତି ଦେଇ ଗତି କରିବେ । ସାଂସାରିକ ସମସ୍ୟା ବହୁଳ ରହିବ । ରାଜନୀତିରେ ଶତ୍ରୁ ବୃଦ୍ଧି ହେବେ । ପରିବହନ ଓ ବାଣିଜ୍ୟରେ ହାନି ହୋଇପାରେ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍ଭର ।
କୁମ୍ଭ: ସପ୍ତମରେ ଚନ୍ଦ୍ରଙ୍କ ଚଳନ ହେତୁ ଦିନଟି ପ୍ରସନ୍ନତା ଭିତରେ କଟିବ । ସାଂସାରିକ ସୁଖ ସମ୍ମାନ ପାଇବେ । ମହିଳାମାନେ ସମ୍ମାନ ପାଇବେ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍ । ମୀନ : ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ଦୃଢ଼ମନା ରହିବେ । ସାଂସାରିକ ଅର୍ଥ ପ୍ରାପ୍ତି ହେବ । ପ୍ରଶାସନିକ ଓ ରାଜନୀତିରେ ସକ୍ରିୟ ରହିବେ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons