ବଦଳିଲେ ୭ ଆଇଏଏସ୍

Get real time updates directly on you device, subscribe now.

ଭୁବନେଶ୍ୱର,(ବି.ବି.ବ୍ୟୁରୋ): ରାଜ୍ୟ ସରକାର ଆଜି ଆଇଏଏସ୍ ସ୍ତରରେ ଅଦଳବଦଳ କରିଛନ୍ତି । ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ୭ ଜଣ ଆଇଏଏସ୍ଙ୍କୁ ବଦଳି କରାଯାଇଛି । ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶକ ନିରଞ୍ଜନ ସାହୁଙ୍କୁ ଶ୍ରମ କମିଶନର ଭାବେ ନିଯୁକ୍ତି ଦିଆଯାଇଛି । ପୌର ପ୍ରଶାସନର ନିର୍ଦ୍ଦେଶକ ସଂଗ୍ରାମଜିତ ନାୟକଙ୍କୁ ଭୁବନେଶ୍ୱର ମହାନଗର ନିଗମର ପ୍ରଶାସକ ଭାବେ ବଦଳି କରାଯାଇଛି । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ନିର୍ଦ୍ଦେଶକ ସୁଶାନ୍ତ ମହାପାତ୍ରଙ୍କୁ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ସଚିବ ଦାୟିତ୍ୱ ଦିଆଯାଇଛି । ନୟାଗଡ଼ ଜିଲ୍ଲାପାଳ ଡା. ନୁନସଭାଥ ଥିରୁମାଲା ନାୟକ ମତ୍ସ୍ୟ ବିଭାଗର ନିର୍ଦ୍ଦେଶକ ନିଯୁକ୍ତ ହୋଇଛନ୍ତି । କୋରାପୁଟର ଜିଲ୍ଲାପାଳ ଡା. ପୋମା ଟୁଡୁଙ୍କୁ ନୟାଗଡ଼ ଜିଲ୍ଲାପାଳ ଭାବେ ବଦଳି କରାଯାଇଛି । ବାଲିଗୁଡ଼ା ଉପଜିଲ୍ଲାପାଳ ସିନେ୍ଧ ଦତ୍ତାତ୍ରେୟ ଭାଉସାହେବ ବ୍ରହ୍ମପୁରର ଉପଜିଲ୍ଲାପାଳ ହୋଇଛନ୍ତି । ମାର୍କଫେଡର ଏମଡି ଥିବା ମଧୁସୂଦନ ମିଶ୍ରଙ୍କୁ କୋରାପୁଟର ଜିଲ୍ଲାପାଳ ଭାବେ ବଦଳି କରାଯାଇଛି ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons