ମେଷ: ଶୁକ୍ଳପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ସଫଳତା ଲାଭ କରିବେ । ସବୁ ଦିଗରୁ ସହଯୋଗର ପାଇବେ । ମହିଳାମାନେ ଶାନ୍ତିପ୍ରିୟ ହେବେ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-କଫି ।
ବୃଷ: ଅଷ୍ଟମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ଅଶାନ୍ତି ଦେଖାଦେବ । ଅଭାବ ଅନାଟନ ଭିତରେ ଗତି କରିବେ । ପରିବହନ ଓ ବାଣିଜ୍ୟରେ ସମସ୍ୟା ରହିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ମେଟାଲିକ୍ ।
ମିଥୁନ: ସପ୍ତମରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ବିଭିନ୍ନ ଉପାୟରେ ଅର୍ଥ ପାଇବେ । ସାଂସାରିକ ହର୍ଷୋଲ୍ଲାସରେ କଟିବ । ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍ ।
କର୍କଟ: ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ଅନୁକୂଳ ପରିସ୍ଥିତି ରହିବ । ଉଭୟେ ପ୍ରେମ ଓ ସାଂସାରିକ ଉତ୍ତମ ବୁଝାମଣା ରହିବ । ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭଅଙ୍କ-୪, ଶୁଭ ରଙ୍ଗ-ସବୁଜ ।
ସିଂହ:ଶୁକ୍ଳପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ କର୍ମ କ୍ଷେତ୍ରରେ ଉତ୍ତମ ସହଯୋଗ ମିଳିବ । ସମସ୍ୟାରୁ ମୁକ୍ତି ପାଇବେ । ଚାକିରିରେ ସହଯୋଗ ପାଇବେ । ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭଅଙ୍କ-୮, ଶୁଭ ରଙ୍ଗ-ସବୁଜ ।
କନ୍ୟା: ଶୁକ୍ଳପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଅସ୍ଥିରତା ମଧ୍ୟରେ କର୍ମ ସମ୍ପାଦନ କରିବେ । ସାଂସାରିକ ପଡ଼ୋଶୀଙ୍କ ସହ ମନାନ୍ତର ଦେଖାଦେବ । କଳା, ବିଜ୍ଞାନ ଓ ବାଣିଜ୍ୟରେ ବିଶେଷ ଭଲ ହେବନାହିଁ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ବାଇଗଣି ।
ତୁଳା: ପରାକ୍ରମ ସ୍ଥାନରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ କର୍ମ କ୍ଷେତ୍ରରେ ଅସହଯୋଗ ପାଇବେ । ମହିଳାମାନେ ବ୍ୟସ୍ତ ରହିବେ । ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ସିଲ୍ଭର ।
ବିଛା:ଶୁକ୍ଳପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ ଅଟକି ରହିଥିବା କର୍ମ ସମାପନ ହେବ । ଉଭୟେ ପ୍ରେମ ଓ ସାଂସାରିକ ସୁଖମୟ ରହିବ । ପରିବହନ ଓ ବାଣିଜ୍ୟରେ ଲାଭାନ୍ୱିତ ହେବେ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ୍ ।
ଧନୁ: ଶ୍ରୀଚନ୍ଦ୍ର କାରଣରୁ ପୂର୍ବରୁ କରିଥିବା ଯୋଜନା କାର୍ଯ୍ୟକାରୀ ହେବ । ସାଂସାରିକ ସୁଖୀ ରହିବେ । ମହିଳାମାନେ ଯଶକୀର୍ତ୍ତି ପାଇବେ । ବାଣିଜ୍ୟରେ ପ୍ରସାର ହେବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ବାଇଗଣି ।
ମକର:ଶୁକ୍ଳପକ୍ଷ ଦ୍ୱାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ସମସ୍ୟା ରହିବ । ସାଂସାରିକ ଭୁଲ୍ ବୁଝାମଣା ରହିବ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ମାନ୍ଦା ରହିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
କୁମ୍ଭ: ଏକାଦଶରେ ଘାତଚନ୍ଦ୍ର କାରଣରୁ କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ନେଇ ଚିନ୍ତାରେ ରହିବେ । ସାଂସାରିକ ଚଳଚଞ୍ଚଳ ରହିବେ । କଳା, ବିଜ୍ଞାନ ଓ ବାଣିଜ୍ୟରେ ସଫଳତା ମିଳିବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ଧଳା ।ମୀନ: ଦଶମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରର ପରିସର ବୃଦ୍ଧି ପାଇବ । ସାଂସାରିକ ସୁଖ ସମ୍ମାନ ପାଇବେ । ଚାକିରିରେ ପଦୋନ୍ନତି ହୋଇପାରେ । ବାଣିଜ୍ୟରେ ଉତ୍ତମ ଲାଭ ମିଳିବ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ସିଲ୍ଭର ।
Comments are closed, but trackbacks and pingbacks are open.