ଭୁବନେଶ୍ୱର,(ବି.ବି.ବ୍ୟୁରୋ): ରାଷ୍ଟ୍ରାୟତ୍ତ ନବରତ୍ନ ଉଦ୍ୟୋଗ ନ୍ୟାସନାଲ୍ ଆଲୁମିନିୟମ କମ୍ପାନି (ନାଲ୍କୋ)ର ଦାମନଯୋଡ଼ିସ୍ଥିତ ଖଣି ଓ ରିଫାଇନରି କମ୍ପେ୍ଲକ୍ସଠାରେ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ନାଲ୍କୋ ଅଧ୍ୟକ୍ଷ ଡ. ତପନ କୁମାର ଚାନ୍ଦ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ଏ ଅବସରରେ ସେ କର୍ମଚାରୀ ଓ ସ୍ଥାନୀୟ ଅଞ୍ଚଳର ଜନସାଧାରଣଙ୍କୁ ଉଦ୍ବୋଧନ ଦେବାସହ ସିକ୍ୟୁରିଟି ଅଧିକାରୀ, ଶିକ୍ଷକ-ଶିକ୍ଷୟିତ୍ରୀ, ମେଧାବୀ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରିଥିଲେ ।


Comments are closed, but trackbacks and pingbacks are open.