ମେଷ: କୃଷ୍ଣପକ୍ଷ ବ୍ୟୟ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ ବହୁ ପରିଶ୍ରମ କରି କିଛିିଟା ସୁଫଳ ପାଇବେ । ସାଂସାରିକ ସମସ୍ୟାରୁ ମୁକ୍ତି ପାଇବେ । ଚାକିରିରେ ଚଳଚଞ୍ଚଳ ରହିବେ । ପରିବହନ ଓ ବାଣିଜ୍ୟରେ ସ୍ୱଳ୍ପ ଲାଭ ମିଳିବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍ ।
ବୃଷ: ଏକାଦଶରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କେତେକ ଗୁରୁତ୍ୱପୂର୍ଣ୍ଣ ବିଷୟକୁ ସମାଧାନ କରି ଆଶ୍ୱସ୍ତି ହେବେ । ଚାକିରିରେ ମାନମର୍ଯ୍ୟାଦା ପ୍ରାପ୍ତି ହେବ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
ମିଥୁନ: ଦଶମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରର ପରିସର ବୃଦ୍ଧି ପାଇବ । ଉଭୟେ ପ୍ରେମ ଓ ସାଂସାରିକ ସୁଖମୟ ରହିବ । ମହିଳାମାନେ ଆଦର ପାଇବେ । ପରିବହନ ଓ ବାଣିଜ୍ୟରେ ଆୟ ବୃଦ୍ଧି ହେବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲ୍ଡେନ୍ ।
କର୍କଟ: କୃଷ୍ଣପକ୍ଷ ନବମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ଅବହେଳା ରହିବ । ସାଂସାରିକ ଧର୍ମାଦି କାର୍ଯ୍ୟରେ ବ୍ୟୟ କରି ଅଭାବରେ ପଡ଼ିବେ । ପରିବହନ ଓ ବାଣିଜ୍ୟରେ ବିଶେଷ ଭଲ ହେବନାହିଁ । ଶୁଭଅଙ୍କ-୨, ଶୁଭ ରଙ୍ଗ-ସିଲ୍ଭର ।
ସିଂହ:ଅଷ୍ଟମରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ହେଉଥିବା କାର୍ଯ୍ୟ ବିଗିଡ଼ି ଯାଇପାରେ । ସାଂସାରିକ ଅଶାନ୍ତି ରହିବ । ରାଜନୀତିରେ ପ୍ରଶାସନିକ ପ୍ରତିକୂଳ ପରିସ୍ଥିତି ରହିବ । ବାଣିଜ୍ୟରେ ବ୍ୟୟ ବୃଦ୍ଧି ଓ ସମସ୍ୟା ରହିବ । ଶୁଭଅଙ୍କ-୯, ଶୁଭ ରଙ୍ଗ-ମେରୁନ୍ ।
କନ୍ୟା: ସପ୍ତମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମକ୍ଷେତ୍ର ଉତ୍ସାହଜନକ ରହିବ । ସାଂସାରିକ ବନ୍ଧୁବାନ୍ଧବଙ୍କ ଆଗମନ ହୋଇପାରେ । ମହିଳାମାନେ ଯଶକୀର୍ତ୍ତି ପାଇବେ । ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍ ।
ତୁଳା: ଷଷ୍ଠ ଭାବରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ପରିଶ୍ରମର ଫଳ ମିଳିବ । ସାଂସାରିକ ଅର୍ଥପ୍ରାପ୍ତି ହେବ । ମହିଳାମାନେ ଯୋଗ୍ୟ ପ୍ରତିପାଦିତ ହେବେ । ପରିବହନ ଓ ବାଣିଜ୍ୟରେ ନୂତନ ପୁଞ୍ଜି ନିବେଶ କରି ସଫଳ ହେବେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ସିଲ୍ଭର ।
ବିଛା:କୃଷ୍ଣପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ କାର୍ଯ୍ୟରେ ମନ୍ଥରତା ସହ ଖର୍ଚ୍ଚାନ୍ତ ଦେଖାଦେବ । ସାଂସାରିକ ପଡ଼ୋଶୀଙ୍କ ସହ ବିବାଦୀୟ ପରିସ୍ଥିତି ଉପୁଜିପାରେ । ପରିବହନ ଓ ବାଣିଜ୍ୟରେ ସମସ୍ୟା ରହିବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍୍ ।
ଧନୁ: କୃଷ୍ଣପକ୍ଷ ଚତୁର୍ଥରେ ଘାତଚନ୍ଦ୍ର କାରଣରୁ ପ୍ରତି କ୍ଷେତ୍ରରେ ବିଷମ ପରିସ୍ଥିତି ରହିବ । ସାଂସାରିକ ଭୁଲ୍ ବୁଝାମଣା ରହିବ । ରାଜନୀତିରେ ଜଟୀଳ ସ୍ଥିତି ରହିବ । ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକ ରହିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।
ମକର: ପରାକ୍ରମ ସ୍ଥାନରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ଉଚ୍ଚ ଆଶା ପୂରଣ ହେବ । ସାଂସାରିକ ସୁଖ ସମ୍ମାନ ପାଇବେ । ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ । ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ହଳଦିଆ ।
କୁମ୍ଭ: କୃଷ୍ଣପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ କୌଣସି ଆର୍ଥିକ ସମସ୍ୟାକୁ ନେଇ ଚାପରେ ରହିବେ । ସାଂସାରିକ ଅସହଯୋଗ ମନେ ହେବ । ପରିବହନ ଓ ବାଣିଜ୍ୟରେ ମାନ୍ଦା ସ୍ଥିତି ରହିବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍ଭର ।ମୀନ: ଚନ୍ଦ୍ରଙ୍କ ସ୍ୱ-ପାରଗମନ ହେତୁ ଦିନଟି ପ୍ରସନ୍ନତା ଭିତରେ କଟିବ । ସାଂସାରିକ ସୁଖ ସନ୍ତୋଷ ପ୍ରାପ୍ତି ହେବ । ପ୍ରଶାସନିକ ଓ ରାଜନୀତିରେ ଲୋକପ୍ରିୟତା ବଢ଼ିବ । ବାଣିଜ୍ୟରେ ଶୁଭଫଳ ମିଳିବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ଲାଲ୍ ।


Comments are closed, but trackbacks and pingbacks are open.