ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅରୁଣ ଜେଟ୍‌ଲୀଙ୍କ ସ୍ମୃତିରେ ଶ୍ରଦ୍ଧାଞ୍ଜଳି ସଭା

Get real time updates directly on you device, subscribe now.

ଭୁବନେଶ୍ୱର : ବରିଷ୍ଠ ବିଜେପି ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅରୁଣ ଜେଟ୍‌ଲୀଙ୍କ ସ୍ମୃତିରେ ବିଜେପି ପକ୍ଷରୁ ଅନୁଷ୍ଠିତ ହୋଇଛି ସାର୍ବଜନୀନ ଓ ସର୍ବଦଳୀୟ ଶ୍ରଦ୍ଧାଞ୍ଜଳି ସଭା। ଭୁବନେଶ୍ୱରରେ ଆୟୋଜିତ ଏହି ସଭାରେ ସବୁ ଦଳର ନେତାଙ୍କୁ ନିମନ୍ତ୍ରଣ କରାଯାଇଥିଲା। ଏଥିରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବାଚସ୍ପତି ସୂର୍ୟ୍ୟନାରାୟଣ ପାତ୍ର, ବିଜେପି ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା ପ୍ରମୁଖ ଯୋଗ ଦେଇଥିଲେ।
ସେହିପରି ବିଜେଡି ପକ୍ଷରୁ ଦେବୀ ମିଶ୍ର, ସୌମ୍ୟରଂଜନ ପଟ୍ଟନାୟକଙ୍କ ସହ ଦଳର ଅନ୍ୟ ନେତା ମାନେ ମଧ୍ୟ ଯୋଗ ଦେଇଥିଲେ। କଂଗ୍ରେସ ପକ୍ଷରୁ ସୁରେଶ ରାଉତରାୟ, ଆର୍ୟ୍ୟ କୁମାର ଜ୍ଞାନେନ୍ଦ୍ର ପ୍ରମୁଖ ଉପସ୍ଥିତ ଥିଲେ। ରାଜ୍ୟ ବିଜେପି ପକ୍ଷରୁ ଦିବଂଗତ ନେତା ଜେଟ୍‌ଲୀଙ୍କ ସ୍ମୃତିରେ ଏହି ସଭା ଆୟୋଜନ କରାଯାଥିଲା।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons