ଯୌନ ଶୋଷଣ ମାମଲାରେ ଜେଲ୍‌ ଗଲେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଚିନ୍ମୟାନନ୍ଦ

Get real time updates directly on you device, subscribe now.

ଲକ୍ଷ୍ନୌ: ଯୌନ ଶୋଷଣ ମାମଲାରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବିଜେପି ନେତା ସ୍ୱାମୀ ଚିନ୍ମୟାନନ୍ଦଙ୍କୁ ଆଜି ଗିରଫ କରାଯାଇଛି। ଉତ୍ତର ପ୍ରଦେଶର ସ୍ପେଶାଲ୍ ଇନ୍‌ଭେଷ୍ଟିଗେସନ୍ ଟିମ୍ (ଏସ୍‌ଆଇଟି) ତାଙ୍କୁ ଶାହଜାହାନପୁରରୁ ଗିରଫ କରିଛି। ଗିରଫ ପରେ ତାଙ୍କୁ କୋର୍ଟରେ ହାଜର କରାଯାଇଥିଲା ଓ ପରେ ତାଙ୍କୁ ଜେଲ୍‌କୁ ପଠାଇ ଦିଆଯାଇଥିଲା।
ଉତ୍ତର ପ୍ରଦେଶର ଶାହଜାହାନପୁରରେ ଥିବା ଚିନ୍ମୟାନନ୍ଦ ଲ’ କଲେଜର ଜଣେ ଛାତ୍ରୀ ଚିନ୍ମୟାନନ୍ଦଙ୍କ ବିରୋଧରେ ଯୌନ ଶୋଷଣ ଅଭିଯୋଗ ଆଣିଥିଲେ। ଏହାର ଭିଡିଓ ମଧ୍ୟ ସୋଶାଲ୍ ମିଡିଆରେ ଭାଇରାଲ୍ ହୋଇଥିଲା। ଏହାପରେ ନାଟକୀୟ ଢଙ୍ଗରେ ଅଭିଯୋଗ ଆଣିଥିବା ଛାତ୍ରୀ ଜଣଙ୍କ ନିଖୋଜ ହୋଇ ଯାଇଥିଲେ। ଉତ୍ତର ପ୍ରଦେଶ ପୁଲିସ୍‌ ଏହି ନିଖୋଜ ଯୁବତୀଙ୍କୁ ଅଗଷ୍ଟ ୩୦ ତାରିଖ ଦିନ ରାଜସ୍ଥାନର ଫତେପୁର ନିକଟରୁ ଉଦ୍ଧାର କରିଥିଲା।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons