{ ଗଜପତିରୁ ରେଣୁବାଳା ବେହେରାଙ୍କ ରିପୋର୍ଟ } : ଗଜପତି ଜିଲ୍ଲା ରାମ ଗିରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ ସରଗୀଫୁଲ- 2024 କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ ମୋହନା ବିଧାୟକ ଦାଶରଥି ଗୋମାଙ୍ଗ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଡକ୍ଟର ଗୁଣନିଧି ନାୟକ ମୁଖ୍ୟବକ୍ତା ଭାବେ ଯୋଗ ଦେଇ ଥିଲେ।ସମ୍ମାନିତ ଅତିଥି ଭାବେ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ଜିଲ୍ଲା ପ୍ରକଳ୍ପ ପ୍ରଶାସକ ଅଂଶୁମାନ ମହାପାତ୍ର, ଆର ଉଦୟଗିରି ବିଡ଼ିଓ ଲୋରିମନ ଖର୍ସେଲ, ଚନ୍ଦ୍ରଗିରି ସୌରା ଉନ୍ନୟନ ସଂସ୍ଥାର ସ୍ୱତନ୍ତ୍ର ଅଧିକାରୀ ବନମାଳି ଭୂୟାଁ, ବ୍ଳକ ଅଧ୍ୟକ୍ଷ ଲକ୍ଷ୍ମୀ ନାରାୟଣ ଶବର, ସ୍ଥାନୀୟ ସରପଞ୍ଚ ସସ୍ମିତା କାର୍ଜି, ସମିତି ସଭ୍ୟ ଯୋଗ ଦେଇଥିଲେ।ଜିଲ୍ଲା ମଙ୍ଗଳ ବିଭାଗ ଅଧିକାରିଣୀ ମମତା ରାଣୀ ପରିଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା।ବିଭିନ୍ନ ବ୍ଳକର ଛାତ୍ର ଛାତ୍ରୀ ମାନେ ଆସି ନିଜର ଲୁକ୍କାୟିତ ପ୍ରତିଭା ପଦର୍ଶନ କରିଥିଲେ।ଛାତ୍ର ଛାତ୍ରୀ ମାନେ ନିଜର ପ୍ରକଳ୍ପକୁ ପଦର୍ଶନ କରିଥିଲେ।ଏହି କାର୍ଯ୍ୟକ୍ରମ ର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ଛାତ୍ର ଛାତ୍ରୀ ଙ୍କ ଲୁକ୍କାୟିତ ପ୍ରତିଭାକୁ ଲୋକଲୋଚନକୁ ଆଣିବା ଏହା ଏକ ପ୍ରୟାସ ।ଏହି କାର୍ଯ୍ୟକ୍ରମକୁ ଶିକ୍ଷକମାନେ ପରିଚାଳନା କରିଥିଲେ।
Comments are closed, but trackbacks and pingbacks are open.