ବାଲିକୁଦା ବ୍ଲକ୍ କାର୍ଯ୍ୟାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର

Get real time updates directly on you device, subscribe now.

{ଜଗତସିଂହପୁର ରୁ ରାକେଶ କୁମାର ରାୟ } : ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ବାଲିକୁଦା ବ୍ଳକ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ଜିଲ୍ଲାପାଳ ଶ୍ରୀ ଅନୁପମ ସାହା, ଭା. ପ୍ର .ସେ. ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ। ଆଜି ମୋଟ 75 ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ 60 ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ 15 ଟି, ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ରେସନ୍ କାର୍ଡ ସମସ୍ୟା ସମ୍ପର୍କୀୟ 07 ଟି, ଆବାସ ଯୋଜନା ସମ୍ପର୍କୀୟ 12 ଟି, ଜମିଜମା ସମସ୍ୟା ସମ୍ପର୍କୀୟ 08 ଟି, ଭତ୍ତା ପାଇବା ପାଇଁ 10 ଟି, ପୋଲିସ ସହାୟତା ପାଇବା ପାଇଁ 05 ଟି,ରେଡ଼କ୍ରସ ପାଣ୍ଠିରୁ ସହାୟତା ନିମନ୍ତେ 01 ଟି, ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ଫଣ୍ଡ ରୁ ସହାୟତା ନିମନ୍ତେ 02 ଟି ଏବଂ ଅନ୍ୟାନ୍ୟ 12 ଟି ଅଭିଯୋଗର ଶୁଣାଣି କରାଯାଇଥିଲା। 03 ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ରାହୁଲ ପି. ଆର,ଜ଼ିଲ୍ଲା ପରିଷଦ ର ମୁଖ୍ୟ ବିକାଶ ଅଧିକାରୀ ଶ୍ରୀ ରବିନାରାୟଣ ଜେଠୀ ,ଉପଜିଲ୍ଲାପାଳ ଶ୍ରୀ ପ୍ରଦୀପ କୁମାର ସାହୁ,ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଶ୍ରୀ ରଶ୍ମିରଂଜନ ସାହୁ , ଗୋଷ୍ଠୀ ଉନ୍ନୟନ ଅଧିକାରୀ ବାଲିକୁଦା ଶ୍ରୀ ବିକାଶ କୁମାର ମହାନ୍ତି , ତହସିଲଦାର, ବାଲିକୁଦା ,ଶ୍ରୀ ଆଲୋକ କୁମାର ସେଠୀ, ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons