ରଘୁନାଥପୁର ବ୍ଲକ୍ କାର୍ଯ୍ୟାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର

Get real time updates directly on you device, subscribe now.

(ଜଗତସିଂହପୁର ରାକେଶ କୁମାର ରାୟ ଙ୍କ ରିପୋର୍ଟ ) : ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ରଘୁନାଥପୁର ବ୍ଲକ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ଭାରପ୍ରାପ୍ତ ଜିଲ୍ଲାପାଳ ଶ୍ରୀ ସମ୍ବିତ୍ ରାଉତ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ। ଆଜି ମୋଟ 70 ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା।

ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ 53 ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ 17 ଟି, ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ରେସନ୍ କାର୍ଡ ସମସ୍ୟା ସମ୍ପର୍କୀୟ 10 ଟି, ଆବାସ ଯୋଜନା ସମ୍ପର୍କୀୟ 06 ଟି, ଜମିଜମା ସମସ୍ୟା ସମ୍ପର୍କୀୟ 11 ଟି, ଭତ୍ତା ପାଇବା ପାଇଁ 03 ଟି, , ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ଫଣ୍ଡ ରୁ ସହାୟତା ନିମନ୍ତେ 01 ଟି ପୋଲିସ ସହାୟତା ନିମନ୍ତେ 06 ଟି ଏବଂ ଅନ୍ୟାନ୍ୟ 16 ଟି ଅଭିଯୋଗର ଶୁଣାଣି କରାଯାଇଥିଲା।

ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ରାହୁଲ ପି. ଆର, ଜିଲ୍ଲା ପରିଷଦ ର ମୁଖ୍ୟ ବିକାଶ ତଥା ନିର୍ବାହୀ ଅଧିକାରୀ ଶ୍ରୀ ରବିନାରାୟଣ ଜେଠୀ ,ଉପଜିଲ୍ଲାପାଳ ଶ୍ରୀ ପ୍ରଦୀପ କୁମାର ସାହୁ , ଗୋଷ୍ଠୀ ଉନ୍ନୟନ ଅଧିକାରୀ ରଘୁନାଥପୁର, ଶ୍ରୀମତୀ ନମିତା ବାରିକ, ଏସ୍ ଡି ପିଓ, ତିର୍ତ୍ତୋଲ ଶ୍ରୀ ଚିନ୍ମୟ ରାଉତ , ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons