ଭଞ୍ଜନଗରରେ ମିଳିତ ଅଭିଯୋଗ ଶୁଣାଣି ୯୭ଟି ଅଭିଯୋଗ ଗ୍ରହଣ, ୧୪ ଟିର ତ୍ବରିତ ସମାଧାନ

Get real time updates directly on you device, subscribe now.

{ ଭଞ୍ଜନଗରରୁ ଗୋବିନ୍ଦ ଚନ୍ଦ୍ର ଗୌଡ଼ଙ୍କ ରିପୋର୍ଟ } : ଭଞ୍ଜନଗର ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ସୋମବାର ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି।ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ସୁନୀଲ କୁମାର କେରକେଟା , ଉପ ଜିଲ୍ଲାପାଳ ଶ୍ରୀଯୁକ୍ତ ଉମାଶଙ୍କର ବେହେରା ଓ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ, ଭଞ୍ଜନଗର ଶ୍ରୀଯୁକ୍ତ ରଞ୍ଜନ କୁମାର ଦେ , ମୋଟ ୯୭ଟି ଅଭିଯୋଗର ଶୁଣାଣୀ କରିଥିଲେ ।୧୪ଟି ଅଭିଯୋଗର ସମାଧାନ ଶିବିରରେ କରାଯାଇଥିବା ବେଳେ ଅନ୍ଯ ଅଭିଯୋଗର ତ୍ବରିତ୍ ସମାଧାନ ପାଇଁ ଅତିରିକ୍ତ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ରେଡକ୍ରସ୍ ପାଣ୍ଠିରୁ ୬ଜଣ ବ୍ଯକ୍ତିଙ୍କୁ ଆର୍ଥିକ ସହାୟତା ୪୭,୫୦୦ ଟଙ୍କା ଯୋଗାଇ ଦିଆଯାଇଥିଲା । ସ୍ଥାନୀୟ ଜନସାଧାରଣ ଶିକ୍ଷା,କୃଷି, ସ୍ବାସ୍ଥ୍ଯ, ଭତ୍ତା, ଖାଦ୍ଯ ସୁରକ୍ଷା, ଗୃହ ନିର୍ମାଣ, ଜିବିକା ମିଶନ୍, ରାଜସ୍ବ, ଜମିଜମା ସମ୍ବନ୍ଧୀୟ ବିଭିନ୍ନ ସମସ୍ଯା ସମ୍ପର୍କରେ ଅତିରିକ୍ତ ଜିଲ୍ଲାପାଳ ଙ୍କୁ ଅବଗତ କରିଥିଲେ ।ଏହି ଶିବିରରେ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ, ଭଞ୍ଜନଗର ଉପଖଣ୍ଡ ର ସମସ୍ତ ଅଧିକାରୀ, ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର ଓ ଅନ୍ଯାନ୍ୟ ଅଧିକାରୀମାନେ ଉପସ୍ଥିତ ରହିଥିଲେ । ଭଞ୍ଜନଗର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର କର୍ମଚାରୀ ଉପସ୍ଥିତ ରହି ଜନଶୁଣାଣୀ ପରିଚାଳନାରେ ସହଯୋଗ କରିଥିଲେ ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons