ଏରସମା ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର

Get real time updates directly on you device, subscribe now.

{ ଏରସମାରୁ ନୃସିଂହ ମଲ୍ଲିକଙ୍କ ରିପୋର୍ଟ } : ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ଏରସମା ବ୍ଳକ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି । ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ଜିଲ୍ଲାପାଳ ଶ୍ରୀ ଜେ ସୋନାଲ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ। ଆଜି ମୋଟ ୮୮ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୭୯ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୯ ଟି, ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ରାସନ୍ କାର୍ଡ ସମ୍ବନ୍ଧୀୟ ୮ ଟି, ଆବାସ ଯୋଜନା ସମ୍ପର୍କୀୟ ୧୧ ଟି ,ଜମିଜମା ସମସ୍ୟା ସମ୍ପର୍କୀୟ ୨୮ ଟି, ପୋଲିସ୍ ସହାୟତା ପାଇବା ପାଇଁ ୩ ଟି,ଭତ୍ତା ପାଇବା ପାଇଁ ୧୨ ଟି, ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠି ସହାୟତା ପାଇଁ ୧ ଟି ଏବଂ ଅନ୍ୟାନ୍ୟ ୧୦ ଟି ଅଭିଯୋଗର ଶୁଣାଣି କରାଯାଇଥିଲା । ୬ ଟି ଅଭିଯୋଗ ର ତତକାଳ ଫଇସଲା କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଙ୍କିତ କୁମାର ବର୍ମା, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଜ୍ୟୋତି ଶଙ୍କର ରାୟ , ଉପ ଜିଲ୍ଲାପାଳ ଶ୍ରୀ ପ୍ରଶାନ୍ତ କୁମାର ତରାଇ,ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦାଶରଥି ଜେନା ,ଏରସମା ବ୍ଲକ୍ ଅଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ମହାପାତ୍ର,ତହସିଲଦାର ସ୍ନିଗ୍ଧା ଶ୍ରଦ୍ଧାଞ୍ଜଳି ବେହେରା , ଜଳଯୋଗାଣ ଏସ୍ଡିଓ ମାନସୀ ବେହେରା, କନିଷ୍ଠ ଯନ୍ତ୍ରୀ ତନ୍ମୟ ଦାସଙ୍କ ସମେତ ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons