{ ଜଗତସିଂହପୁରରୁ ରକେଶ କୁମାର ରାୟଙ୍କ ରିପୋର୍ଟ } : ଜାତୀୟ କ୍ରୀଡା ଦିବସ ଉପଲକ୍ଷେ ସପ୍ତାହ ବ୍ୟାପୀ ଚାଲିଥିବା କ୍ରୀଡ଼ା ର ଚତୁର୍ଥ ଦିବସ ରେ ଜିଲ୍ଲା ସ୍ତରୀୟ କବାଡି ପ୍ରତିଯୋଗିତା ଆୟୋଜିତ ହୋଇଯାଇଛି।ଜିଲ୍ଲା ପ୍ରଶାସନ ତଥା ଜିଲ୍ଲା କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗ ପକ୍ଷରୁ ଏହି ମ୍ୟାଚ୍ ସ୍ଥାନୀୟ ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମ ଠାରେ ଅନୁଷ୍ଠିତ ହୋଇଯାଇଅଛି। କନକ ଦୁର୍ଗା ଉଚ୍ଚ ବିଦ୍ୟାଳୟ, ଏଵଂ ପୁରୋହିତପୁର ସରକାରୀ ଉଚ୍ଚ ବିଦ୍ୟାଳୟ ମଧ୍ୟରେ ଅନୁଷ୍ଠିତ ଏହି ମ୍ୟାଚ୍ କୁ ସମ୍ମାନିତ ଅତିଥି ଭାବେ ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ଶ୍ରୀ ବିଦ୍ୟାଧର ପ୍ରଧାନ ଉଦ୍ଘାଟିତ କରି କ୍ରୀଡାବିତ୍ ମାନଙ୍କୁ ଉତ୍ସାହିତ କରିଥିଲେ। ଏହି ମ୍ୟାଚ୍ ଟିକୁ କନକ ଦୁର୍ଗା ଉଚ୍ଚ ବିଦ୍ୟାଳୟ ୧୨ପଏଣ୍ଟ ରେ ଜିତିଥିଲେ। ଜିଲ୍ଲା କ୍ରୀଡ଼ା ଅଧିକାରୀ ସମସ୍ତ ଆୟୋଜନ କରିଥିଲେ।
Comments are closed, but trackbacks and pingbacks are open.