ଗଜପତିରୁ ପୋଷ୍ୟ ସନ୍ତାନ ଗ୍ରହଣ କଲେ ପଶ୍ଚିମବଙ୍ଗ ରାଜ୍ୟର ଏକକ ମାତୃ ପରିବାର

Get real time updates directly on you device, subscribe now.

{ ଗଜପତିରୁ ରେଣୁବାଳା ବେହେରାଙ୍କ ରିପୋର୍ଟ } : ଗଜପତି ଜିଲ୍ଲାରୁ ୭୮ ତମ ଶିଶୁଙ୍କୁ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ଶ୍ରୀଯୁକ୍ତ ମୁନୀନ୍ଦ୍ର ହୋନନାଗା (ଓ.ପ୍ର.ସେ) ପୋଷ୍ୟ ସନ୍ତାନ ଭାବେ ପଶ୍ଚିମ ବଙ୍ଗ ରାଜ୍ୟର ଏକକ ମାତୃ ପରିବାରଙ୍କୁ ହସ୍ତାନ୍ତର କରିଛନ୍ତି। ଅବିବାହିତ ମାତାଙ୍କ ଦ୍ବାରା ସମର୍ପିତ ହୋଇଥିବା ଏହି ଶିଶୁଙ୍କୁ ଶିଶୁ ମଙ୍ଗଳ ସମିତିଙ୍କ ନିର୍ଦ୍ଦେଶ କ୍ରମେ ଯତ୍ନ ଓ ସୁରକ୍ଷା ନିମନ୍ତେ ସ୍ଵତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର ନିଶାନ ଶାଲୋମ, ରାଣୀପେଟାଠାରେ ରଖାଯାଇଥିଲା। ପରବର୍ତ୍ତି ମୁହୁର୍ତ୍ତରେ ଶିଶୁ ମଙ୍ଗଳ ସମିତି, ଗଜପତି ଶିଶୁଙ୍କୁ ଆଇନତଃ ମୁକ୍ତ ଭାବେ ଘୋଷଣା କରିଥିଲେ ଏବଂ ଏହାପରେ ଶିଶୁଙ୍କର ତଥ୍ୟ କେନ୍ଦ୍ରୀୟ ପୋଷ୍ୟ ସନ୍ତାନ ଗ୍ରହଣ ପୋର୍ଟାଲ୍ ରେ ଅପଲୋଡ଼୍ କରାଯାଇଥିଲା, ଯାହାଦ୍ୱାରା ଶିଶୁଟି ପୋଷ୍ୟ ସନ୍ତାନ ଭାବେ ଯେକୌଣସି ଯୋଗ୍ୟ ପରିବାର ପାଖକୁ ଯାଇପାରିବ, ତାହା ସମସ୍ତଙ୍କୁ ପୋର୍ଟାଲ୍ ମାଧ୍ୟମରେ ଜଣାଇ ଦିଆଯାଇଥିଲା। ପୋଷ୍ୟ ସନ୍ତାନ ଗ୍ରହଣ ନିମନ୍ତେ ପ୍ରାୟ ୪ବର୍ଷରୁ ଉର୍ଦ୍ଧ ସମୟ ଧରି ଅନଲାଇନ୍ ମାଧ୍ୟମରେ ଦରଖାସ୍ତ ଦେଇ ଅପେକ୍ଷା କରି ରହିଥିବା ଉକ୍ତ ପରିବାରଙ୍କୁ କେନ୍ଦ୍ରୀୟ ପୋଷ୍ୟ ସନ୍ତାନ ସମ୍ବଳ କେନ୍ଦ୍ର ଅନୁମୋଦନ କରିଥିଲେ। ଉପରୋକ୍ତ ପରିବାର ଶାରିରୀକ ସ୍ତରରେ ଶିଶୁଙ୍କୁ ପସନ୍ଦ କରି ନେବାପାଇଁ ସ୍ଥିର କରିଥିଲେ। ତାପରେ ଆବଶ୍ୟକ ହେଉଥିବା ଦସ୍ତାବିଜ ସ୍ଵତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର ଏବଂ ଜିଲ୍ଲା ଶିଶୁ ସୁରକ୍ଷା କାର୍ଯ୍ୟାଳୟ, ଗଜପତି ପ୍ରସ୍ତୁତ କରିଥିଲେ । ସମସ୍ତ ଦସ୍ତାବିଜକୁ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ଯାଞ୍ଚ କରିବା ପରେ ଆଜି ଶିଶୁଙ୍କୁ ଉକ୍ତ ପରିବାରଙ୍କୁ ହସ୍ତାନ୍ତର କରିଥିଲେ। ଶିଶୁଙ୍କର ବୟସ ୪ ମାସ, ଶିଶୁକନ୍ୟା ହୋଇଥିବାବେଳେ, ଶିଶୁଙ୍କୁ ପାଇ ଉକ୍ତ ପରିବାର ବେଶ ଖୁସି ଥିବା ଲକ୍ଷ୍ୟ କରାଯାଇଥିଲା।ହସ୍ତାନ୍ତର ସମୟରେ ଶିଶୁ ମଙ୍ଗଳ ସମିତି ସଦସ୍ୟା ଶ୍ରୀମତୀ ମମତରାଣୀ ଶତପଥୀ , ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀଯୁକ୍ତ ଅରୁଣ କୁମାର ତ୍ରିପାଠୀ, ସ୍ଵତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ପରିଚାଳକ ଶ୍ରୀଯୁକ୍ତ ପ୍ରତ୍ୟୁଷ କୁମାର ସୂର୍ଯ୍ୟ ଏବଂ ସମସ୍ତ କର୍ମକର୍ତ୍ତା ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons