ଗଜପତିରେ ଏହି ବର୍ଷର ତୃତୀୟ ଲୋକ ଅଦାଲତ ଅନୁଷ୍ଠିତ

Get real time updates directly on you device, subscribe now.

{ ଗଜପତିରୁ ରେଣୁବାଳା ବେହେରାଙ୍କ ରିପୋର୍ଟ } : ଶନିବାର ଦିନ ଗଜପତି ଜିଲ୍ଲା ଆଇନସେବା ପ୍ରାଧିକରଣ ତରଫରୁ ଏହିବର୍ଷର ତୃତୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ଆଇନ ସେବାପ୍ରାଧିକରଣ ଓ ରାଜ୍ୟ ଆଇନ ସେବା ପ୍ରାଧିକରଣଙ୍କ ଚିଠି ଅନୁଯାୟି ଆୟୋଜିତ ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ଗଜପତି ଜିଲ୍ଲା ତଥା ଦୌରା ଜଜ ଶ୍ରୀ ପ୍ରଣବ କୁମାର ରାଉତରାୟ ଉପସ୍ଥିତ ରହି ବିଭିନ୍ନ କୋର୍ଟ କାର୍ଯ୍ୟ ତଦାରଖ ସଙ୍ଗେ ସଙ୍ଗେ ନିଜ କୋର୍ଟ କାର୍ଯ୍ୟ ସମ୍ପାଦନ କରିଥିଲେ।ପ୍ରାଧିକରଣ ସଚିବ ଶ୍ରୀ ବିମଳ ରାଉଳ ଉପସ୍ଥିତ ରହି କୋର୍ଟ କାର୍ଯ୍ୟ ପରିଚାଳନାରେ ସହଯୋଗ କରିଥିଲେ।ଆୟୋଜିତ ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ବିଭିନ୍ନ ପ୍ରକାରର ବିଚାରଧିନ ଥିବା ମାମଲରେ ତ୍ଵରିତ ବିଚାର ପାଇଁ ପଦକ୍ଷେପ ସ୍ୱରୂପ ବିଭିନ୍ନ କୋର୍ଟ ବ୍ୟାଞ୍ଚମାନ ପ୍ରତିଷ୍ଠା କରାଯାଇ ଥିଲା।ଲୋକ ଅଦାଲତରେ ପରିବାର ଅଦାଲତ ଜଜ ଶ୍ରୀ ଅଶୋକ କୁମାର ପହି ଅତିରିକ୍ତ ଜିଲ୍ଲା ଜଜ ଶ୍ରୀ ପ୍ରଦୀପ କୁମାର ସାମଲ,ମୁଖ୍ୟ ବିଚାର ବିଭାଗୀୟ ଅଧିକାରୀ ଶ୍ରୀ ନରୋତ୍ତମ ସେଠୀ, ସ୍ ବ୍ ଜଜ ଶ୍ରୀ ସନ୍ତୋଷ କୁମାର ଅଗ୍ରୱାଲ , ଉପ ଖଣ୍ଡୀୟ ବିଚାର ବିଭାଗୀୟ ଅଧିକାରିଣୀ ଶ୍ରୀମତୀ ବିଷ୍ଣୁପ୍ରିୟା ସାମନ୍ତରାୟ, ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଦଣ୍ଡାଧିକାରୀ, ଶ୍ରୀ ସୁବାସୀଷ ପାଣି ପ୍ରମୁଖ ଉପସ୍ଥିତ ରହି ନିଜ ନିଜ କୋର୍ଟ କାର୍ଯ୍ୟ ସମ୍ପାଦନ କରିଥିଲେ।ସେହିପରି ଭାବେ ଆର ଉଦୟଗିରୀ କୋର୍ଟ ଠାରେ ଆୟୋଜିତ ରାଷ୍ଟ୍ରୀୟ ଲୋକ ଅଦାଲତରେ ସ୍ ବ୍ ଜଜ ଶ୍ରୀ ପୁଣ୍ୟଶ୍ଳୋକ ରଥ, ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଧିକାରୀ ଶ୍ରୀ ତରୁଣ କୁମାର ସେଠି, ମୋହନା କୋର୍ଟ ପ୍ରଥମ ଶ୍ରେଣୀୟ ବିଚାର ବିଭାଗୀୟ ଅଧିକାରି ଶ୍ରୀ ଶୁଭଜିତ ବେହେରା ଓ କାଶିନଗର ଗ୍ରାମ୍ୟ ନ୍ୟାୟାଳୟର ପ୍ରଥମ ଶ୍ରେଣୀୟ ବିଚାର ବିଭାଗୀୟ ଅଧିକାରିଣୀ ସୁଶ୍ରୀ ଅଙ୍କିତା ଗୁରୁ ପ୍ରମୁଖ ଉପସ୍ଥିତ ରହି ନିଜ ନିଜ କୋର୍ଟ କାର୍ଯ୍ୟ ସମ୍ପାଦନ କରିଥିଲେ।ଆୟୋଜିତ ଲୋକ ଅଦାଲତରେ ରାଜ୍ୟ ଆଇନ ସେବା ପ୍ରାଧିକରଣଙ୍କ ନିର୍ଦ୍ଦେଶ କ୍ରମେ ବିଭିନ୍ନ ରାଷ୍ଟ୍ରୀୟ ବ୍ୟାଙ୍କର ଅଧିକାରୀମାନେ ମଧ୍ୟ ଉପସ୍ଥିତ ରହି ବିଭିନ୍ନ ବ୍ୟାଙ୍କ ସମ୍ବନ୍ଧୀୟ ବିଭିନ୍ନ ମାମଲର ସମାଧାନ ପାଇଁ ଚେଷ୍ଟା କରି ଥିଲେ।ଆୟୋଜିତ ଏହି ଲୋକ ଅଦାଲତରେ ଜିଲ୍ଲା କୋର୍ଟ ଓକିଲ ସଂଘ ସଭାପତି ଓ ସମ୍ପାଦକଙ୍କ ସମେତ ସମସ୍ତ ବରିଷ୍ଠ ଓକିଲ ବୃନ୍ଦ ଉପସ୍ଥିତ ରହି ବିଭିନ୍ନ କୋର୍ଟରେ ନିଜ ନିଜ କେସ ମକଦ୍ଦମାରେ ସହଯୋଗ ପ୍ରଦାନ କରିଥିଲେ।ଏହି ଲୋକ ଅଦାଲତରେ ସମୁଦାୟ ୨୬୬୭ଟି କେସକୁ ବିଚାରକୁ ନିଆଯାଇ ୨୪୪୭ ଟି ମାମଲାର ତ୍ଵରିତ ସମାଧାନ କରାଯାଇ ୨୨୪୫୧୮୯॰୦୦ ଟଙ୍କା ଜରିମାନା ଆଦାୟ କରଯାଇଥିଲା।ଉପସ୍ଥିତ ବ୍ୟାଙ୍କ ମାନେ ଉପସ୍ଥିତ ରହି ୧୦୬୨ ଟି କେସରୁ ୯୬ ଟି ସମାଧାନ କରି ୧୩୧୦୩୭୧॰୦୦ ଟଙ୍କା ଜରିମାନା ଆଦାୟ କରିଥିଲେ । ଏହି ଲୋକ ଅଦାଲତକୁ କୋର୍ଟ କର୍ମଚାରୀ ଓ ପ୍ରାଧିକରଣର କର୍ମଚାରୀ ମାନେ ଉପସ୍ଥିତ ରହି ପରିଚାଳନାରେ ସହଯୋଗ ପ୍ରଦାନ କରିଥିଲେ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons