ଗଜପତିରୁ ପୋଷ୍ୟ ସନ୍ତାନ ଗ୍ରହଣ କଲେ ଉତ୍ତରପ୍ରଦେଶ ରାଜ୍ୟର ଦମ୍ପତି

Get real time updates directly on you device, subscribe now.

{ ଗଜପତିରୁ ରେଣୁବାଳା ବେହେରାଙ୍କ ରିପୋର୍ଟ } : ଗଜପତି ଜିଲ୍ଲାରୁ ୭୯ ଓ ୮୦ ତମ ଶିଶୁଙ୍କୁ ଜିଲ୍ଲାପାଳ ଶ୍ରୀ ଅକ୍ଷୟ ସୁନୀଲ ଅଗ୍ରୱାଲ (ଭା.ପ୍ର.ସେ) ପୋଷ୍ୟ ସନ୍ତାନ ଭାବେ ଉତ୍ତର ପ୍ରଦେଶ ରାଜ୍ୟର ଏକ ଦମ୍ପତିଙ୍କୁ ହସ୍ତାନ୍ତର କରିଛନ୍ତି। ପରିତ୍ୟକ୍ତ ଅବସ୍ଥାରେ ଉଦ୍ଧାର ହୋଇଥିବା ଏହି ଶିଶୁଦ୍ୱୟଙ୍କୁ ଶିଶୁ ମଙ୍ଗଳ ସମିତିଙ୍କ ନିର୍ଦ୍ଦେଶ କ୍ରମେ ଯତ୍ନ ଓ ସୁରକ୍ଷା ନିମନ୍ତେ ଶିଶୁ ଯତ୍ନ ଅନୁଷ୍ଠାନ ଉତ୍କଳ ବାଳଶ୍ରମ, ହାତିବାଡିଠାରେ ରଖାଯାଇଥିଲା। ପରବର୍ତ୍ତି ମୁହୁର୍ତ୍ତରେ ଶିଶୁ ମଙ୍ଗଳ ସମିତି, ଗଜପତି ଶିଶୁଦ୍ୱୟଙ୍କୁ ଆଇନତଃ ମୁକ୍ତ ଭାବେ ଘୋଷଣା କରିଥିଲେ ଏବଂ ଏହାପରେ ଶିଶୁଦ୍ୱୟଙ୍କର ତଥ୍ୟ କେନ୍ଦ୍ରୀୟ ପୋଷ୍ୟ ସନ୍ତାନ ଗ୍ରହଣ ପୋର୍ଟାଲ୍ ରେ ଅପଲୋଡ଼୍ କରାଯାଇଥିଲା, ଯାହାଦ୍ୱାରା ଶିଶୁଦ୍ୱୟ ପୋଷ୍ୟ ସନ୍ତାନ ଭାବେ ଯେକୌଣସି ଯୋଗ୍ୟ ପରିବାର ପାଖକୁ ଯାଇପାରିବ, ତାହା ସମସ୍ତଙ୍କୁ ପୋର୍ଟାଲ୍ ମାଧ୍ୟମରେ ଜଣାଇ ଦିଆଯାଇଥିଲା। ପୋଷ୍ୟ ସନ୍ତାନ ଗ୍ରହଣ ନିମନ୍ତେ ପ୍ରାୟ ୧ବର୍ଷରୁ ଉର୍ଦ୍ଧ ସମୟ ଧରି ଅନଲାଇନ୍ ମାଧ୍ୟମରେ ଦରଖାସ୍ତ ଦେଇ ଅପେକ୍ଷା କରି ରହିଥିବା ଉକ୍ତ ଦମ୍ପତିଙ୍କୁ କେନ୍ଦ୍ରୀୟ ପୋଷ୍ୟ ସନ୍ତାନ ସମ୍ବଳ କେନ୍ଦ୍ର ଅନୁମୋଦନ କରିଥିଲେ। ଉପରୋକ୍ତ ଦମ୍ପତି ଶାରିରୀକ ସ୍ତରରେ ଶିଶୁଦ୍ୱୟଙ୍କୁ ପସନ୍ଦ କରି ନେବାପାଇଁ ସ୍ଥିର କରିଥିଲେ। ତାପରେ ଆବଶ୍ୟକ ହେଉଥିବା ଦସ୍ତାବିଜ ସ୍ଵତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର ଏବଂ ଜିଲ୍ଲା ଶିଶୁ ସୁରକ୍ଷା କାର୍ଯ୍ୟାଳୟ, ଗଜପତି ପ୍ରସ୍ତୁତ କରିଥିଲେ। ସମସ୍ତ ଦସ୍ତାବିଜକୁ ଜିଲ୍ଲାପାଳ ଯାଞ୍ଚ କରିବା ପରେ ଆଜି ଶିଶୁଦ୍ୱୟଙ୍କୁ ଉକ୍ତ ଦମ୍ପତିଙ୍କୁ ହସ୍ତାନ୍ତର କରିଥିଲେ। ଶିଶୁଦ୍ୱୟଙ୍କର ବୟସ ଯଥାକ୍ରମେ ୧୦ ବର୍ଷ (କନ୍ୟା) ଓ ୧୩ ବର୍ଷ (ପୁତ୍ର) ହୋଇଥିବାବେଳେ, ଶିଶୁଦ୍ୱୟଙ୍କୁ ପାଇ ଉକ୍ତ ଦମ୍ପତି ବେଶ ଖୁସି ଥିବା ଲକ୍ଷ୍ୟ କରାଯାଇଥିଲା।ହସ୍ତାନ୍ତର ସମୟରେ ଶିଶୁ ମଙ୍ଗଳ ସମିତି ଅଧ୍ୟକ୍ଷ ଶ୍ରୀଯୁକ୍ତ ଅଶ୍ଵିନୀ କୁମାର ମହାପାତ୍ର, ସଦସ୍ୟା ଶ୍ରୀମତୀ ମମତରାଣୀ ଶତପଥୀ , ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀଯୁକ୍ତ ଅରୁଣ କୁମାର ତ୍ରିପାଠୀ, ଶିଶୁ ଯତ୍ନ ଅନୁଷ୍ଠାନ ଉତ୍କଳ ବାଳଶ୍ରମ ଏବଂ ସ୍ବତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର ନିଶାନ ସାଲୋମର ସମସ୍ତ କର୍ମକର୍ତ୍ତା ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ। ଗଣ ମାଧ୍ୟମ କୁ ସୂଚନା ପ୍ରଦାନ କରୁ ନାହାନ୍ତି ଯାହା ଫଳ ରେ ପ୍ରଚାର ପ୍ରସାର ହୋଇ ପାରୁ ନାହିଁ ଟିଭି ହଉ ଡିଜି ଟିଲ ଗଣ ମାଧ୍ୟମ ଖବର ବହୁଳ ପ୍ରଚାର ପ୍ରସାର ହୋଇ ପାରୁ ନାହିଁ ଅଧି କରି ଏଥି ପ୍ରତି ଗୁରୁତ୍ବ ଦେଉ ନାହାନ୍ତି ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons